ଓଡ଼ିଆ ନ୍ୟୁଜ୍: ମଙ୍ଗଳବାରଠାରୁ ରାଜ୍ୟରେ ତାତି ବଢ଼ିପାରେ । ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ଅଛି । ତେବେ ରବିବାର ଓ ସୋମବାର ଦିନ ତାପମାତ୍ରା ୩ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ରବିବାର ଦିନ ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହି ଦୁଇ ସ୍ଥାନରେ ଝଡ଼ ବର୍ଷାର ଅଧିକ ଆଶଙ୍କା ଅଛି। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସୋମବାର ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।