ଓଡ଼ିଆ ନ୍ୟୁଜ୍: ୮ ତାରିଖ ଯାଏଁ ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ।ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ କାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ।ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ୍।ମାଲକାନଗିରି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିରକୁ ୱାର୍ଣ୍ଣିଂ।ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେପଟେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅନେକ ଅଞ୍ଚଳକୁ ବଜ୍ରପାତ ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି । ପବନ ବେଗରୁ ଘଣ୍ଟା ପ୍ରତି ୩୦ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ । ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ାରେ ସର୍ବାଧିକ ୪୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓ ଆଭ୍ୟନ୍ତରିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ପୂର୍ବାନୁମାନ କରାଯାଇଛିି । କାଳବୈଶାଖୀର ପ୍ରଭାବରେ ଆସନ୍ତା ୨ ଦିନରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ଦିନ ତାପମାତ୍ରା ।