ଓଡ଼ିଆ ନ୍ୟୁଜ୍: ସ୍କୁଲ ପ୍ରବେଶ ଅବସରରେ କୁନି କୁନି ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ। ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ। କୁନି କୁନି ପିଲାଙ୍କ ସହ ଭାବ ବିନିମୟ ପରେ ଖଡ଼ି ଛୁଆଁଇଲେ।
ଏହି ଅବସରରେ କୁନି କୁନି ପିଲାଙ୍କ ସହ ଭାବ ବିନିମୟ ପରେ ଖଡ଼ି ଛୁଆଁଇଥିଲେ ସିଏମ୍ । କୋମଳମତି ଶିଶୁଙ୍କ ଶିକ୍ଷା କ୍ଷେତ୍ରରେ ନୂଆ ପରିକଳ୍ପନା ଆଣିବା ପାଇଁ ଏଭଲି ଏକ ନିଷ୍ପତ୍ତି ନିଆଯାଇଥିଲା । ପୂର୍ବ ବର୍ଷ ମଧ୍ୟ ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଚଳିତ ବର୍ଷ ପିଲାମାନଙ୍କ ସହ ଅଭିଭାବକ ମାନେ ମଧ୍ୟ ସାମିଲ ହେବେ । ଏହା ସହ ଶିକ୍ଷା ସଚେତନତା ରଥ ମଧ୍ୟ ଜିଲ୍ଲାରୁ ଜିଲ୍ଲା ଗଡିବ। ୬ ତାରିଖରୁ ୧୦ ତାରିଖ ଯାଏ ଗଡିବ ଶିକ୍ଷା ରଥ । ଆମ ରାଷ୍ଟ୍ରର ସୂଶ୍ଚିମ ଭବିଷ୍ୟତ ଗଠନ ଦିଗରେ କୁନି କୁନି ପିଲାମାନେ ଶିକ୍ଷାର ପ୍ରଥମ ସୋପାନରେ ପାଦ ରଖିଛନ୍ତି ।
ଏହି ଉତ୍ସବକୁ ସମସ୍ତ ଜିଲ୍ଲାରେ ୬ ରୁ ୮ ଏପ୍ରିଲ ଯାଏଁ ପାଳନ କରାଯିବ । ଏହି ଉତ୍ସବରେ ଛାତ୍ରଛାତ୍ରୀ, ଅଭିଭାବକ, ନିର୍ବାଚିତ ପ୍ରତିନିଧ, ବରିଷ୍ଠ ଅଧିକାରୀ, ନାଗରିକ ସମାଜ ଭାଗ ନେବେ । ଏଥିନିମନ୍ତେ ମାର୍ଚ ୧୭ ତାରିଖରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ଥିବା ନିମନ୍ତ୍ରଣ ପତ୍ର ସମଗ୍ର ରାଜ୍ୟରେ ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ନିମନ୍ତେ ଥିବା ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରାଯାଇଛି ।ଚଳିତ ବର୍ଷ ଜନ ସଚେତନତା ବୃଦ୍ଧି ନିମନ୍ତେ ରାଜ୍ୟ ମୁଖ୍ୟାଳୟରୁ ‘ଶିକ୍ଷା ସଚେତନତା ରଥ’ ଆରମ୍ଭ କରାଯିବ । ଏହି ସଚେତନତା ରଥ ଜିଲ୍ଲା ଓ ବ୍ଲକ୍ରେ ମଧ୍ୟ ବୁଲିବ ।