ଦକ୍ଷିଣ ଓଡ଼ିଶାକୁ କଳାବୈଶାଖୀ ଆଲର୍ଟ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ବଢ଼ିପାରେ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ୪୦ରୁ ୫୦ କିମି ବେଗରେ ପବନ ବହିବ। ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କୁଆପଥର ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସେହିପରି ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି।

ସେହିଭଳି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୭ ଓ ୮ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ଝାରସୁଗୁଡ଼ା, ତାଳଚେର, ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ତାଳଚେରରେ ସର୍ବାଧିକ ୪୦.୨ ଡିଗ୍ରୀ ରେକର୍ଡ ହୋଇଛି । ଶନିବାର ଚାନ୍ଦବାଲି ଓ ଭଦ୍ରକର କିଛି ସ୍ଥାନରେ ବର୍ଷା ହୋଇଥିଲା। ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଖରା ସାଙ୍ଗକୁ ତାତି ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା।

Leave A Reply

Your email address will not be published.