ଓଡ଼ିଆ ନ୍ୟୁଜ୍: କାଲିଠାରୁ ପୁଣି ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାରର ଗଣତି।କାଲିଠାରୁ ଆରମ୍ଭ ହୋଇ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ ଗଣତି।ଏହା ପରେ ୧୩ ତାରିଖ ଓ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଗଣତି। ଗଣତି ଦିନରେ ଭିତର କାଠ ନିକଟରୁ ଦର୍ଶନ ବନ୍ଦ, ବାହାର କାଠ ନିକଟରୁ ଦର୍ଶନ।ପରବର୍ତ୍ତୀ ଗଣତି ଦିନଗୁଡ଼ିକ ଏହି ପର୍ଯ୍ୟାୟ ପରେ ଘୋଷଣା କରାଯିବ।
ଦ୍ବିତୀୟ ପର୍ଯ୍ୟାୟରେ ରତ୍ନଭଣ୍ଡାର ଗଣତିମଣତି ଏପ୍ରିଲ ୧୧ ଯାଏ ଚାଲିବ। ଏହା ପରେ ଏପ୍ରିଲ ୧୩ ଏବଂ ୧୬ରୁ ୧୮ ପର୍ଯ୍ୟନ୍ତ ଚାଲିବ ରତ୍ନଭଣ୍ଡାର ଗଣତିମଣତି । ଗଣତି ପ୍ରକ୍ରିୟା ଚାଲୁ ରହିଥିବା ସମୟରେ ଶ୍ରୀଜୀଉଙ୍କ ନୀତି ସଂପାଦନ ଅବ୍ୟାହତ ରଖାଯିବ। ଏଥିସହ ଅଧିକୃତ ପାଳିଆ ସେବକମାନେ ଜଗମୋହନ ଓ ଗର୍ଭଗୃହକୁ ନୀତି ସଂପାଦନ ନିମନ୍ତେ ସ୍ବାଚ୍ଛନ୍ଦରେ ପ୍ରବେଶ କରିବେ।
ସେହିଭଳି କଡ଼ା ସୁରକ୍ଷା ଦୃଷ୍ଟିରୁ ସର୍ବସାଧାରଣଙ୍କ ନିମନ୍ତେ ଉକ୍ତ ଦିନମାନଙ୍କରେ ଦର୍ଶନ ବ୍ୟବସ୍ଥା ଭିତର କାଠ ନିକଟରୁ ବନ୍ଦ ରଖାଯାଇ କେବଳ ବାହାର କାଠ ନିକଟରୁ କରାଯିବ। ଏଣୁ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତି କାର୍ଯ୍ୟରେ ପୂର୍ବୋପରି ପୂର୍ଣ୍ଣ ସହଯୋଗ ନିମନ୍ତେ ନିବେଦନ କରିଛନ୍ତି ମୁଖ୍ୟ ପ୍ରଶାସକ । ପରବର୍ତ୍ତୀ ଗଣତି ଦିନଗୁଡ଼ିକ ଏହି ପର୍ଯ୍ୟାୟ ପରେ ଘୋଷଣା କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।