ଓଡ଼ିଆ ନ୍ୟୁଜ୍: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ। ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ୬ଟି ସ୍ଥାନରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ।ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ ଯାଜପୁରରେ ରେଡ୍ କରୁଛି ଭିଜିଲାନ୍ସ।
ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳସେଚନ ବିଭାଗର ଅତିରିକ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାଜେଶ ମହାନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଚାଲିଛି । ଭିଜିଲାନ୍ସ ପକ୍ଷରୁ ଏକାସାଙ୍ଗେ ଏକାଧିକ ସ୍ଥାନରେ ଚାଲିଛି ଚଢାଉ । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ଭୁବନେଶ୍ୱର ବାସଭବନ, ସରକାରୀ କାର୍ଯ୍ୟାଳୟ ଆଦି ଅନେକ ସ୍ଥାନ ରହିଛି । ଭିଜିଲାନ୍ସର ୭ରୁ ୮ ଜଣିଆ ଟିମ୍ ଅତର୍କିତ ଭାବେ ଚଢାଉ କରୁଛନ୍ତି । ବର୍ତ୍ତମାନ ଯାଏଁ କେତେ ପରିମାଣର ସଂପତ୍ତି ଜବତ ହୋଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଚଢାଉ ଶେଷ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି ।