ଓଡ଼ିଆ ନ୍ୟୁଜ୍: ଆସନ୍ତା ୨୪ ଘଣ୍ଟା ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା । ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ସହ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ନେଇ ଜାରି ହୋଇଛି ୟଲୋ ଆଲର୍ଟ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, ବାଲେଶ୍ୱର ।
ସେପଟେ କାଲିଠାରୁ ଏହାର ପ୍ରଭାବ ଓଡ଼ିଶା ଉପରେ ନାହିଁ । ଉପରମୁହାଁ ହେବ ପାରଦ । ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁବ । ୧୧ ରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗ୍ରୀଷ୍ମ ପ୍ରବାହ ନେଇ ଜାରି ହୋଇଛି ୟେଲୋ ଆଲର୍ଟ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ଏଥିସହ ଦିନ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିବାର ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।