ଓଡ଼ିଆ ନ୍ୟୁଜ୍: ମେଟ୍ରୋ ପ୍ରକଳ୍ପ: ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ପ୍ରତିକ୍ରିୟା। ମେଟ୍ରୋ ପ୍ରକଳ୍ପ ବାତିଲ୍ ହୋଇନି; ସାମୟିକ ଭାବେ ସ୍ଥଗିତ ରହିଛି।ଭୁବନେଶ୍ୱର ମେଟ୍ରୋ କର୍ପୋରେସନ ଅଫିସ ମଧ୍ୟ ବନ୍ଦ ହୋଇନି। ମେଟ୍ରୋ ପ୍ରକଳ୍ପ ପ୍ରସଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବିଚାରାଧୀନ ରହିଛି।ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ମଧ୍ୟ ଗଠନ ହେଇଛି।କେଉଁ ଉପାୟରେ ମେଟ୍ରୋ ପ୍ରକଳ୍ପ ହେବେ ସେନେଇ ଅନୁଧ୍ୟାନ କରାଯାଉଛି । ଏବେ ଯାହା ହେବ କେନ୍ଦ୍ର ସରକାରଙ୍କ ସହାୟତା ଓ ସହଯୋଗରେ ହେବ ବୋଲି ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି ।
ପୂର୍ବରୁ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଥିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ମଧ୍ୟ କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ଚିଠି ଲେଖି କେନ୍ଦ୍ରର ହସ୍ତକ୍ଷେପ ଲୋଡ଼ିଥିଲେ ।
ଅନ୍ୟପଟେ ମେଟ୍ରୋ ପ୍ରକଳ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ନେଇ ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରତିକ୍ରିୟା ଦେଇଛନ୍ତି ଯେ, ସବୁପ୍ରକଳ୍ପ ଲାଭପାଇଁ କରାଯାଏ ନାହିଁ l କିଛି ପ୍ରକଳ୍ପ ବୃହତର ଜନସ୍ୱାର୍ଥକୁ ନଜରରେ ରଖି କରାଯାଏ l ମୁଖ୍ୟମନ୍ତ୍ରୀଙ୍କ ସହିତ ବିସ୍ତୃତ ଭାବରେ ଆଲୋଚନା ପରେ ଚିଠି ଲେଖିଛି l ସେ ମୋତେ ଆଶ୍ୱାସନା ଦେଇଛନ୍ତି, କେନ୍ଦ୍ର ସହିତ ଆଲୋଚନା କରି ପଦକ୍ଷେପ ନେବେ l