ଓଡ଼ିଆ ନ୍ୟୁଜ୍: ବିଜେଡି-କଂଗ୍ରେସ ମେଣ୍ଟ ନେଇ ପିସିସି ସଭାପତିଙ୍କ ବଡ଼ ସୂଚନା।ହାଇକମାଣ୍ଡ ଚାହିଁଲେ ବିଜେଡି-କଂଗ୍ରେସ ମେଣ୍ଟ ହୋଇପାରେ।ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନରେ ହାଇକମାଣ୍ଡ ଚାହିଁଲେ ମେଣ୍ଟ। ଏଆଇସିସି ଯଦି ନିଷ୍ପତ୍ତି ନିଏ, ତାହାଲେ ଉଭୟ ଦଳ ମେଣ୍ଟ କରିପାରୁ।ଖୋର୍ଦ୍ଧା କଂଗ୍ରେସ କାର୍ଯ୍ୟଳୟ ଉଦ୍ଘାଟନ ବେଳେ ଏପରି କହିଲେ ଭକ୍ତ ଦାସ।
ଆଉ କିଛି ଦିନ ପରେ ରାଜ୍ୟରେ ଅନୁଷ୍ଠିତ ହେବ ପଞ୍ଚାୟତ ନିର୍ବାଚନ । ଏହାପୂର୍ବରୁ ସବୁ ଦଳଙ୍କ ପକ୍ଷରୁ ଆରମ୍ଭ ହୋଇସାରିଲାଣି ଅଙ୍କକଷା । ଏସବୁ ଭିତରେ ପିସିସି ସଭାପତି ଭକ୍ତଚରଣ ଦାସଙ୍କ ବୟାନ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି ।
ଭକ୍ତ ଦାସ କହିଛନ୍ତି ଯେ, ପଞ୍ଚାୟତ ନିର୍ବାଚନରେ ବିଜେଡି ସହିତ କଂଗ୍ରେସ ମିଶିବାର ନାହିଁ । ଯଦି ଖଡ୍ଗେ ଜୀ ଏବଂ ରାହୁଲ ଗାନ୍ଧୀ ଚାହିଁବେ । ଆଉ ଏପଟେ ବିଜେଡି ସୁପ୍ରିମୋ ବି ଯଦି ଚାହିଁବେ । ତେବେ ମେଣ୍ଟ ନେଇ କିଛି ଘଟିପାରେ । ରାଷ୍ଟ୍ରର ହିତ ପାଇଁ ବିଜେଡି ସହିତ କଂଗ୍ରେସ ମିଶି ଓଡ଼ିଶା ସେର୍କୁଲାର ପାର୍ଟି ତିଆରି ହେଲେ ଆମର କିଛି ଆପତ୍ତି ନାହିଁ । ମାତ୍ର ପଞ୍ଚାୟତ ନିର୍ବାଚନରେ ସେମିତି କିଛି ହେବାର ନାହିଁ । ଆମେ ଏକାକି ଲଢିବା ନେଇ ପ୍ରସ୍ତୁତ ଅଛୁ । ଆଗାମୀ ଦିନରେ କଣ ହେବ,ତାହା ହାଇକମାଣ୍ଡ ହିଁ ନିଷ୍ପତ୍ତି ନେବେ । ତେବେ ମେଣ୍ଟ ପ୍ରସଙ୍ଗରେ ଉଭୟ ଦଳ ମଧ୍ୟରେ କୌଣସି ଆଲୋଚନା ହୋଇନାହିଁ । ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିର ରଖି କଂଗ୍ରେସ ନିଜର ସଂଗଠନ ସୁଦୃଢ କରୁଛି ।