ଓଡ଼ିଆ ନ୍ୟୁଜ୍: ଓଡ଼ିଆ ପଞ୍ଜିକା ଅନୁଯାୟୀ ଆଜି ନୂତନ ବର୍ଷର ପ୍ରଥମ ଦିନ।ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଭାବରେ ଆଜି ପାଳନ କରାଯାଏ।ସୂର୍ଯ୍ୟ ମେଷ ରାଶିରେ ପ୍ରବେଶ କରିବା ସହ ନୂତନ ବର୍ଷର ଆରମ୍ଭ ହୁଏ।
ପଣାସଂକ୍ରାନ୍ତିକୁ ହନୁମାନ ଜୟନ୍ତୀ ଭାବରେ ମଧ୍ୟ ପାଳନ କରାଯାଏ । ହନୁମାନଙ୍କ ଉପାସନା ସହ ଭକ୍ତମାନେ ହନୁମାନ ଚାଳିଶା ପାଠକରନ୍ତି। ସେଥିପାଇଁ ବିଭିନ୍ନ ହନୁମାନ ମନ୍ଦିରରେ ଭକ୍ତଙ୍କ ଗହଳି ଲାଗିଛି । ପୁରୀରେ ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀର ବିଶେଷ ମହତ୍ୱ ରହିଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ପରେ ଅନେକ ବ୍ୟକ୍ତି ବିଶେଷ ।ଓଡ଼ିଆ ନବବର୍ଷ ଓ ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଛନ୍ତି CM ମୋହନ ମାଝୀ ।ନୂତନ ବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ । ଆମ ସଂସ୍କୃତି ଓ ଓଡ଼ିଆ ଅସ୍ମିତା ବିଶ୍ୱ ଦରବାରରେ ଆହୁରି ଗୌରବାନ୍ୱିତ ହେଉ ।
ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଏକ୍ସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେପଟେ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଏକ୍ସରେ ପୋଷ୍ଟ କରି ନବବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ । ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ସମୃଦ୍ଧି କାମନା କଲେ ପ୍ରଧାନମନ୍ତ୍ରୀ ।