ଖୁବଶୀଘ୍ର ସ୍ଲଟ୍ ବୁକିଂରେ ଜଗା ଦର୍ଶନ

0

ଓଡ଼ିଆ ନ୍ୟୁଜ୍: ଖୁବ୍‌ ଶୀଘ୍ର ସ୍ଲଟ୍‌ ବୁକିଂ ମାଧ୍ୟମରେ ଆରମ୍ଭ ହେବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।ଉଭୟ ଲାଇନ ଓ ସ୍ଲଟ୍‌ ବୁକିଂ ଦର୍ଶନ ଜାରି ରହିବା ନେଇ ଯୋଜନା କରୁଛୁ। ସ୍ୱତନ୍ତ୍ର ହୋଲଡିଂ ଏରିଆରେ ସ୍ଲଟ୍‌ ବୁକିଂ ମାଧ୍ୟମରେ ଦର୍ଶନ କରିବେ ଶ୍ରଦ୍ଧାଳୁ।ପ୍ରଥମେ ପରୀକ୍ଷାମୂଳକ ଭାବରେ ସ୍ଲଟ୍‌ ବୁକିଂ ଦର୍ଶନ ବ୍ୟବସ୍ଥା କରାଯିବ।

ପ୍ରଥମେ ପରୀକ୍ଷାମୂଳକ ଭାବରେ ସ୍ଲଟ ବୁକିଂ ଦର୍ଶନ ବ୍ୟବସ୍ଥା କରାଯିବ । ଏନେଇ ମନ୍ଦିର ପ୍ରଶାସନ ସହ ଆଲୋଚନା ହୋଇଛି। ମ୍ୟାନେଜିଙ୍ଗ କମିଟିରେ ଆଲୋଚନା ପରେ ସ୍ଲଟ ବୁକିଂକୁ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ହେବ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ସେହିପରି ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ । ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି କରାଯିବ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.