ଓଡ଼ିଶାର ସଂସ୍କୃତି, ପରମ୍ପରା ମହାନ: ରାଷ୍ଟ୍ରପତି

0

ଓଡ଼ିଆ ନ୍ୟୁଜ୍: ଷ୍ଟିଲ୍ ସିଟି ରାଉରକେଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ପରେ ରଖିଲେ ଅଭିଭାଷଣ।ଓଡ଼ିଶାର ସଂସ୍କୃତି ଓ ପରମ୍ପରା ମହାନ। ସୁନ୍ଦରଗଡ଼ର କଳା ସଂସ୍କୃତି ଓଡ଼ିଶାକୁ ପରିପୂର୍ଣ୍ଣ କରିଛି। ସୁନ୍ଦରଗଡ଼ କେବଳ ସଂସ୍କୃତି ପାଇଁ ନୁହେଁ ସଂଗ୍ରାମ ପାଇଁ ପରିଚିତ। ନିର୍ମଳ ମୁଣ୍ଡାଙ୍କ ସଂଗ୍ରାମ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ। ପରିବେଶ ପଥକୁ ନିର୍ମଳ ମୁଣ୍ଡାଙ୍କ ନାଁରେ ନାମିତ ଖୁସି କରିଛି। ହକିରେ ସୁନ୍ଦରଗଡ଼ ସାରା ଦେଶରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଦିଲ୍ଲୀପ ତିର୍କୀ, ଲାଜରୁସ ବାର୍ଲାଙ୍କ ପରି ଖେଳାଳି ଗୌରବ ବଢ଼ାଇଛନ୍ତି। ଆଦିବାସୀଙ୍କ ବିକାଶ ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି।

ଅଧିକରୁ ଅଧିକ ଏକଲବ୍ୟ ସ୍କୁଲମାନ ପ୍ରତିଷ୍ଠା କରାଯାଉଛି। ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ। ପ୍ରଧାନମନ୍ତ୍ରୀ ଜନମନ ଯୋଜନା ଜନଜାତିଙ୍କ ପାଇଁ କାର୍ଯ୍ୟ କରୁଛି।ସାମଗ୍ରିକ ବିକାଶ ପାଇଁ ସମସ୍ତଙ୍କୁ ଆଗକୁ ନେବାକୁ ପଡ଼ିବ। ମୁଖ୍ୟମନ୍ତ୍ରୀ, ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କ କାର୍ଯ୍ୟ ବେଶ୍‌ ପ୍ରଶଂସନୀୟ। ମହିଳାଙ୍କ ବିକାଶ ଉପରେ ଗରୁତ୍ବାରୋପ କଲେ ରାଷ୍ଟ୍ରପତି। ମହିଳାଙ୍କ ବିକାଶ ବିନା ବିକଶିତ ଭାରତ ସ୍ବପ୍ନ ପୂରଣ ହୋଇପାରିବନି। ଓଡ଼ିଶାରେ କାର୍ଯ୍ୟ କରୁଥିବା ସୁଭଦ୍ରା ଯୋଜନା ମହିଳାଙ୍କୁ ଆଗକୁ ନେବ।

 

Leave A Reply

Your email address will not be published.