ସୁଧୀର ପାତ୍ର ହତ୍ୟା: କ୍ରାଇମସିନ୍‌ ରିକ୍ରିଏସନ

0

ଓଡ଼ିଆ ନ୍ୟୁଜ୍: ସୁଧୀର ପାତ୍ର ହତ୍ୟା ଘଟଣାର କ୍ରାଇମସିନ୍‌ ରିକ୍ରିଏସନ। ରିମାଣ୍ଡରେ ଆସିଥିବା ୫ ଅଭିଯୁକ୍ତକୁ ନେଇ କ୍ରାଇମସିନ୍‌ ରିକ୍ରିଏସନ। ଯେଉଁଠାରେ ସୁଧୀର ଭଲିବଲ ଖେଳନ୍ତି ସେହି ପଡ଼ିଆକୁ ନିଆଗଲା। ଭାବିନାରାୟଣପୁର ସ୍ଥିତ ଭଲିବଲ ପଡ଼ିଆକୁ ନେଇ ଚାଲିଛି ଛାନଭିନ୍‌। ଯେଉଁ ସ୍ଥାନରୁ ସୁଧୀରଙ୍କୁ ଅପହରଣ କଲେ ତାହା ଦେଖାଉଛନ୍ତି ଅଭିଯୁକ୍ତ। ଅପହରଣ ପରେ କେଉଁ ସ୍ଥାନକୁ ନେଇ ପିଟି ମାରିଥିଲେ ତାହା ଦେଖାଉଛନ୍ତି।ସୁଧୀରଙ୍କୁ ହତ୍ୟା ବେଳର ବର୍ବରତା ସମସ୍ତକୁ ବିଚଳିତ କରିବା ପରି ଥିଲା।

ସୂଚନାଯୋଗ୍ୟ ଯେ, ଗତ ୧୫ ତାରିଖରେ ସୁଧୀର ପାତ୍ର ଭଲିବଲ୍ ଖେଳି ବଣଗାଁରୁ ଘରକୁ ସତ୍ୟନାରାୟଣପୁର ଫେରୁଥିବା ସମୟରେ ଅପହୃତ ହୋଇଥିଲେ । ତାଙ୍କୁ ବୁଗୁଡ଼ା ନିଆଯାଇଥିଲା । ସେଠାରେ ହତ୍ୟା କରିବା ପରେ ରାଶିପଙ୍କାଳରେ ଫିଙ୍ଗିଥିଲେ ଅଭିଯୁକ୍ତ । ହତ୍ୟାରେ ସଂପୃକ୍ତି ଅଭିଯୋଗରେ ତାଙ୍କ ଝିଆରି ନିବେଦିତା ପାତ୍ର ଓ ପୁତୁରା ତୁଷାରଙ୍କ ସମେତ ତାଙ୍କ ପୁରୁଷ ବନ୍ଧୁ ଗାଙ୍ଗପୁର ଥାନା କାଳିଆଗୁଡ଼ା ଗାଁର କାଳୁଚରଣ ପ୍ରଧାନ ଓରଫ୍ କାଳିଆ (୨୮), ସୁପାରି କିଲର୍ ୟୁପି ବାରଣାସିର ଗୋଲୁ ଓରଫ୍ ଲମ୍ବୁ ଓରଫ୍ ସୂର୍ଯ୍ୟପ୍ରତାପ ସିଂହ(୨୮), ହିଞ୍ଜିଳି ଥାନା ଆଲପୁରର ଛୋଟା ଓରଫ୍ ଜିତୁନ୍ ପୋଲାଇ (୩୩), ବୁଗୁଡ଼ା ରାମନ୍ଦା ଗାଁର କମଲ ଓରଫ୍ ନାରାୟଣ ପ୍ରଧାନ, ବୁଗୁଡ଼ା ବି.ବ୍ରହ୍ମପୁର ଗାଁର ଟୁଲୁ ଓରଫ୍ ଆଶିଷ ମହାପାତ୍ର (୨୫), ହିଞ୍ଜିଳିକାଟୁ ଥାନା ଖରିଡ଼ା ଗାଁର ଶୁଭମ୍ ନାୟକ(୨୦) ଓ ପୁନରାଖଣ୍ଡି ଗାଁର ଗେଡ଼ୁ ଓରଫ୍ ଶୁଭମ ଗୌଡ଼(୨୦)ଙ୍କୁ ଗିରଫ କରାଯାଇଛି । ଗିରଫ ପରେ ପୋଲିସ ୫ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କରିଥିଲା ।

Leave A Reply

Your email address will not be published.