ଓଡ଼ିଆ ନ୍ୟୁଜ୍: କେନ୍ଦୁଝରରେ ମାଟି ଖୋଳି ଭଉଣୀ କଙ୍କାଳ ଭାଇ ବ୍ୟାଙ୍କ୍କୁ ନେବା ଘଟଣା। ପ୍ରାଥମିକ ଅନୁସନ୍ଧାନରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ RDC। ପ୍ରାଥମିକସ୍ତରରେ ଜଣାପଡୁଛି ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅବହେଳା ରହିଛି। ସିସିଟିଭିରୁ ବ୍ୟାଙ୍କ କର୍ତ୍ତୃପକ୍ଷ ତାଙ୍କୁ ଫେରାଇଥିବା ଜଣାପଡ଼ିଛି।ସିସିଟିଭି ଅଡିଓ ଭର୍ସନ ନ ଥିବାରୁ କଣ କଥାବାର୍ତ୍ତା ହୋଇଛି ଜଣାପଡ଼ୁନି। ୧୧ଟା ୨୬ରେ ବ୍ୟାଙ୍କ ଆସିଲେ, ୧୧ଟା ୫୮ରେ ବ୍ୟାଙ୍କ ଛାଡ଼ିଲେ।ସେହି ସମୟ ଭିତରେ ୪ ଥର ସେ ବ୍ୟାଙ୍କ ଭିତରେ କର୍ମଚାରୀଙ୍କୁ ଭେଟିଛନ୍ତି।
ଶେଷରେ ବ୍ୟାଙ୍କ ମ୍ୟାନେଜର ତାଙ୍କୁ ଫେରାଇଛନ୍ତି- RDC। ଏହାପରେ ସେ କ୍ଷୁବ୍ଧ ହୋଇ ଯାଇ କଙ୍କାଳ ଆଣି ଆସିଛନ୍ତି। ଯାହା ଘଟିଲା ଅତ୍ୟନ୍ତ ଲଜ୍ଜାଜନକ କହିଲେ RDC।ଜିତୁ ମୁଣ୍ଡା ଓ ମୃତ ଭଉଣୀ କରଲା ମୁଣ୍ଡାଙ୍କୁ ବ୍ୟାଙ୍କ କର୍ତ୍ତୃପକ୍ଷ ଚିହ୍ନିଛନ୍ତି। ଦୁଇ ଭାଇଭଉଣୀ ପୂର୍ବରୁ ୮ ଥର ଆସି ବ୍ୟାଙ୍କରୁ ଟଙ୍କା ଉଠାଇଛନ୍ତି। ଫେବ୍ରୁଆରୀରେ କଲରା ମୁଣ୍ଡାଙ୍କ ମୃତ୍ୟୁ ସତ୍ତ୍ବେ କାହିଁକି ସାର୍ଟିଫିକେଟ୍ ମିଳିନଥିଲା। ଜିତୁ ମୁଣ୍ଡାଙ୍କର ବ୍ୟାଙ୍କ ସମ୍ପର୍କରେ ଜ୍ଞାନ ରହିଛି- RDC। ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅବହେଳା ରହିଛି, ନିଶ୍ଚିତ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ସବୁ ଜାଣିଲା ପରେ ଶବକୁ ପୋଲିସ ଗାଡ଼ିରେ ନ ନେବା ମଧ୍ୟ ଭୁଲ।