ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଖୁସି ଖବର, ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଟଙ୍କା

0

ଓଡ଼ିଆ ନ୍ୟୁଜ୍: ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଖୁସି ଖବର। ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଟଙ୍କା। ୩ୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ମିଳିଲା ଟଙ୍କା। ୬୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା। ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆହୁରି ଲକ୍ଷେରୁ ଅଧିକ ହିତାଧିକାରୀଙ୍କ ପାଇଁ ବିଚାର ଚାଲିଛି।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ସୋମବାର ଦିନ ପାଖାପାଖି ୬୨ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ ଖାତାକୁ ଆସିଛି ଟଙ୍କା । ଏବେବି କିଛି ଫିଲ୍ଡ ଭେରିଫିକସନ ପାଇଁ ଅଟକି ରହିଛି । ପାଖାପାଖି ଏକ ଲକ୍ଷ ଫିଲ୍ଡ ଭେରିଫିକେସନ ଚାଲିଛି । ସେହିପରି ୩ ଲକ୍ଷ ୨୬ ହଜାର ନୂଆ ଆବେଦନ ଆମ ପାଖକୁ ଆସିସାରିଛି । ସୁଭଦ୍ରା ହେଲ୍ପ ଡେସ୍କରେ ଥିବା ଦୁଇ ଜଣଙ୍କ କର୍ମଚାରୀଙ୍କ କାର୍ଯ୍ୟକାଳ ୨୦୨୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ସବୁ ମହିଳାଙ୍କ ପାଖରେ ସୁଭଦ୍ରା ରାଶି ପହଞ୍ଚିଛି । ଆଗକୁ ମଧ୍ୟ ଏହି ଧାରା ଜାରି ରହିବ । ବାକି ପଡିଥିବା ସୁଭଦ୍ରା ଟଙ୍କା ଆଜି ମହିଳାଙ୍କ ଖାତାକୁ ଗଲା । ଆଜି ବହୁତ ବଡ଼ ଦିନ। ବିଜେପିର ସରକାର ତିନି ରାଜ୍ୟରେ ଆସିଛି ଓ ଆଜି ଆମ ରାଜ୍ୟରେ ବକେୟା ସୁଭଦ୍ରା ଟଙ୍କା ମହିଳାଙ୍କ ଖାତାକୁ ଯାଇଛି ।

Leave A Reply

Your email address will not be published.