ମୁଖ୍ୟମନ୍ତ୍ରୀଙ୍କ କାରକେଡ୍‌ ଅଧାକୁ କମିଲା

0

ଓଡ଼ିଆ ନ୍ୟୁଜ୍: ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌ ଗାଡ଼ି ସଂଖ୍ୟା ଅଧା ହେଲା। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ସମ୍ମାନ ଦେଇ କାରକେଡ୍‌ ଅଧା କଲେ। ବ୍ୟକ୍ତିଗତ ସୁରକ୍ଷା ପାଇଁ ଯାଉଥିବା ଗାଡ଼ିଗୁଡିକୁ କମ୍ କରି ଅଧା କଲେ। ଅଧିକ ମାତ୍ରାରେ ପବ୍ଲିକ ଟ୍ରାନ୍ସପୋର୍ଟ ବ୍ୟବହାର ପାଇଁ ରାଜ୍ୟବାସୀଙ୍କୁ ନିବେଦନ। ବ୍ୟକ୍ତିଗତ ଗାଡ଼ିରେ ଯିବାଆସିବା କମ୍ କରିବା ପାଇଁ ଦେଲେ ପରାମର୍ଶ।ସୁନା ନ କିଣିବା ଓ ଅନାବଶ୍ୟକ ବିଦେଶଗସ୍ତ ନ କରିବାକୁ ମଧ୍ୟ ପରାମର୍ଶ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ସ୍ୱାଗତ କରି ତାଙ୍କ ନିଜ ବ୍ୟକ୍ତିଗତ ସୁରକ୍ଷା ପାଇଁ ଯାଉଥିବା ଗାଡି ଗୁଡିକୁ କମ୍ କରି ଅଧା କରିଦେଇଛନ୍ତି । ଏହା ସହିତ, ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ଗୁରୁତ୍ୱ ଦେଇ, ବ୍ୟକ୍ତିଗତ ଗାଡିରେ ଯିବାଆସିବା କମ୍ କରିବା ସହିତ, ଅଧିକ ମାତ୍ରାରେ ପବ୍ଲିକ ଟ୍ରାନ୍ସପୋର୍ଟ ବ୍ୟବହାର କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି । କେବଳ ଆବଶ୍ୟକ ସ୍ଥଳରେ ଗାଡି ବ୍ୟବହାର କରି ଅନାବଶ୍ୟକ ବ୍ୟବହାର ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.