ଓଡ଼ିଆ ନ୍ୟୁଜ୍: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା। ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ମହଙ୍ଗା ଭତ୍ତା ୫୮ରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଲା।ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୬ ଜାନୁଆରୀରୁ ଲାଗୁ ହେବ। ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମାସ ଦରମାରେ ନଗଦ ଆକାରରେ ମିଳିବ। ପ୍ରାୟ ସାଢ଼େ ୮ ଲକ୍ଷ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ୨୦୨୬ ଜାନୁଆରୀ ପହିଲାରୁ ପିଚ୍ଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମେ’ ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ.ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ମେ’ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ. ପାଇବେ । ଏହା ଦ୍ୱାରା ରାଜ୍ୟର ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ।