ପୋଲିସ୍‌ SI ସ୍କାମ୍: ମୁଖ୍ୟ ଅଭିଯୁକ୍ତଙ୍କ ଜାମିନ ଖାରଜ

0

ଓଡ଼ିଆ ନ୍ୟୁଜ୍: ପୋଲିସ୍‌ SI ସ୍କାମ୍: ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ ଜାମିନ ଖାରଜ। ମୁନାଙ୍କ ସମେତ ୧୭ ଜଣଙ୍କ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ। ତଦନ୍ତର ତଥ୍ୟ ଓ ଅପରାଧର ଗୁରୁତ୍ୱ ଦୃଷ୍ଟିରୁ ହାଇକୋର୍ଟରେ ଜାମିନ ଖାରଜ।ଅସ୍ତ୍ରୋପଚାର ପାଇଁ ମୁନା ମହାନ୍ତିଙ୍କ ଅନ୍ତରୀଣ ଜାମିନ ଅବଧି ବୃଦ୍ଧି ଖାରଜ। ୩ ସପ୍ତାହ ମଧ୍ୟରେ ମୁନା ମହାନ୍ତି ସରେଣ୍ଡର କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ।

ମାନ୍ୟବର ବିଚାରପତି ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି । ହାଇକୋର୍ଟ କହିଛନ୍ତି ଯେ, ପ୍ରଶ୍ନପତ୍ର ଲିକ୍ ଭଳି କାର୍ଯ୍ୟ କେବଳ ଆଇନ ଭଙ୍ଗ ନୁହେଁ, ବରଂ ଯୋଗ୍ୟ ଓ ମେଧାବୀ ପ୍ରାର୍ଥୀଙ୍କ ଭବିଷ୍ୟତକୁ କ୍ଷତିଗ୍ରସ୍ତ କରି ସମାଜରେ ଖରାପ ପ୍ରଭାବ ପକାଇ ଥାଏ । ଅଭିଯୁକ୍ତମାନେ ଲକ୍ଷ ଲକ୍ଷ ଟଙ୍କା ନେଇ ପ୍ରଶ୍ନପତ୍ର ଲିକ୍ କରିଥିବା ଅଭିଯୋଗ ଥିବାରୁ ଏହା ଏକ ଗୁରୁତର ସାମାଜିକ ଓ ଆର୍ଥିକ ଅପରାଧ ବୋଲି ହାଇକୋର୍ଟ ମତ ପ୍ରକାଶ କରିଛନ୍ତି ।

ମାମଲାର ତଦନ୍ତ ଏବେ ମଧ୍ୟ ଜାରି ରହିଥିବା ବେଳେ ସିବିଆଇ ସମ୍ପ୍ରତି ଏକ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ କରିଛି । ତେଣୁ ଅଭିଯୁକ୍ତମାନଙ୍କୁ ଜାମିନ ଦେବା ପାଇଁ ଏହି ପର୍ଯ୍ୟାୟରେ କୌଣସି ଯୁକ୍ତିସଙ୍ଗତ କାରଣ ନଥିବା ହାଇକୋର୍ଟ କହିଛନ୍ତି । ସ୍ୱାସ୍ଥ୍ୟଗତ କାରଣରୁ ଅନ୍ତରୀଣ ଜାମିନରେ ଥିବା ଅଭିଯୁକ୍ତ ମୁନା ମହାନ୍ତିଙ୍କ ଜାମିନ ଅବଧିକୁ ମଧ୍ୟ ବୃଦ୍ଧି କରାଯାଇନାହିଁ ।

Leave A Reply

Your email address will not be published.