ମୁଖ୍ୟମନ୍ତ୍ରୀଙ୍କ ଆଇନ୍‌ ଶୃଙ୍ଖଳା ସମୀକ୍ଷା

0

ଓଡ଼ିଆ ନ୍ୟୁଜ୍: ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଛୁଟି ଦିନରେ ଅଫିସ୍ ଆସି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଇନ୍‌ ଶୃଙ୍ଖଳା ସ୍ଥିତି ଓ ଶିଳ୍ପାୟନ ସଂପର୍କରେ ଆଲୋଚନା। ପୋଲିସ ଡିଜି, ଗୃହ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଉପସ୍ଥିତ। ରାଜ୍ୟ ସରକାର ଦୁଇ ବର୍ଷ ପୂରଣ କରିବାକୁ ଯାଉଥିବା ବେଳେ ସରକାରଙ୍କ ପ୍ରତିଶ୍ରୁତି ପାଳନ, ଯୋଜନାର କ୍ରିୟାନ୍ଵୟନ, ଶିଳ୍ପାୟନ ପ୍ରକ୍ରିୟା, ନିଯୁକ୍ତି ସୁଯୋଗ ଏବଂ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।

ଆଇନ ଶୃଙ୍ଖଳା ପରିସ୍ଥିତିରେ ଉନ୍ନତି ଆଣିବା ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ଉଚ୍ଚ ସ୍ତରୀୟ ବୈଠକରେ ପୋଲିସ ପ୍ରଶାସନକୁ କେତେକ ବାସ୍ତବବାଦୀ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଓ ପୋଲିସ ମହାନିର୍ଦ୍ଦେଶକ ୱାଈ.ବି. ଖୁରାନିଆଙ୍କ ସହିତ ସେହି ନିର୍ଦ୍ଦେଶ ଗୁଡ଼ିକର ଅନୁପାଳନ ସମ୍ପର୍କରେ ଆଲୋଚନା ମଧ୍ୟ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ବିକାଶ ପାଇଁ ଆଇନ ଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ହେବା ଆବଶ୍ୟକ । ତେଣୁ ପୋଲିସ ପ୍ରଶାସନ ଦକ୍ଷତା ଓ ସତର୍କତାର ସହିତ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର ଉପସ୍ଥିତ ଥିଲେ ।

Leave A Reply

Your email address will not be published.