ଓଡ଼ିଆ ନ୍ୟୁଜ୍: ପିପିଲିରେ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ଗିରଫ କଲା କମିଶନରେଟ ପୋଲିସର ଧଉଳି ଥାନା। ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ତଦନ୍ତ ଚଳାଉଛି ଧଉଳି ଥାନା ପୋଲିସ ।
ଖବର ଅନୁଯାୟୀ, ହଷ୍ଟେଲରେ ରହୁଥିଲା ଯୁବତୀ । ରବିବାର କୌଣସି କାରଣକୁ ନେଇ ହୋଟେଲ୍କୁ ଡାକିଥିଲେ ଯୁବତୀଙ୍କ ପୁରୁଷ ବନ୍ଧୁ । ସେଠାରେ ହଠାତ୍ ପୁରୁଷ ବନ୍ଧୁ ଜଣଙ୍କ ଯୁବତୀଙ୍କ ଦୁଷ୍କର୍ମ କରିବା ପାଇଁ ଉଦ୍ୟମ କରିଥିଲେ । କିନ୍ତୁ ଯୁବତୀ ଜଣଙ୍କ ଏହାକୁ ବିରୋଧ କରିଥିଲେ । କିନ୍ତୁ ପୁରୁଷ ବନ୍ଧୁ ଜଣଙ୍କ ଜୋରଜବରଦସ୍ତ ଦୁଷ୍କର୍ମ କରିଥିବା ନେଇ ଧଉଳି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଆଧାର କରି ପୋଲିସ ତଦନ୍ତ ଆରମ୍ଭ କରିଛି । ଏହାସହ ପୀଡିତାଙ୍କ ଡାକ୍ତରୀମାଇନା କରାଯାଇଛି । ସେପଟେ ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ।