ରଥଯାତ୍ରା ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥରେ ଠାକୁରଙ୍କୁ ଦେଖିବା ପାଇଁ ଅନେଇ ରହିଛନ୍ତି ଅଗଣିତ ଭକ୍ତ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମସ୍ତ ଦେଶବାସୀ, ଓଡ଼ିଶାବାସୀ ଏବଂ ବିଶ୍ୱବ୍ୟାପୀ ଜଗନ୍ନାଥ ପ୍ରେମୀ ଭକ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

ରାଷ୍ଟ୍ରପତି ନିଜ ବାର୍ତ୍ତାରେ କହିଛନ୍ତି ଯେ, ଦେଶ ବିଦେଶରେ ରହୁଥିବା ଶ୍ରୀଜଗନ୍ନାଥଙ୍କ ଭକ୍ତଗଣଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଅଛି। ଏହି ମହାପର୍ବରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର, ଭଗିନୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସହିତ ରଥାରୂଢ଼ ହୋଇ ଭକ୍ତମାନଙ୍କ ସହିତ ମିଳିତ ହୁଅନ୍ତି। ଭକ୍ତ ଓ ଭଗବାନଙ୍କ ମିଳନର ଏହି ପର୍ବ ବିଶ୍ଵରେ ବିରଳ। ଏହି ଶୁଭ ଅବସରରେ ଦେଶ ଓ ଦେଶବାସୀଙ୍କ ସୁଖ ସମୃଦ୍ଧି ନିମନ୍ତେ ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଅଛି। ଜୟ ଜଗନ୍ନାଥ।

Leave A Reply

Your email address will not be published.