ଶତାୟୁ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ପରଲୋକ

0

ଓଡ଼ିଆ ନ୍ୟୁଜ୍: ଶତାୟୁ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ପରଲୋକ। କଟକ ଏସ.ସି.ବି. ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା । ସୂଚନାଯୋଗ୍ୟ ଯେ, ସ୍ୱର୍ଗତ ମୁଦୁଲି କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ ମୂଳ ବାସିନ୍ଦା ଥିଲେ ।

ଦେଶର ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଅତୁଳନୀୟ ଅବଦାନ ରହିଥିଲା । ନିକଟରେ ସେ ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ଭାବେ ନିର୍ବାଚିତ ହୋଇ କାର୍ଯ୍ୟ କରୁଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳ ସମେତ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.