ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୂର୍ବତନ ବିଜେଡି ନେତ୍ରୀ ସସ୍ମିତା ମାଝୀ ଗିରଫ। ମାଲକାନଗିରି ଜିଲ୍ଲା ମାଥିଲି ଜୋନ ୩ର ଜିଲ୍ଳା ପରିଷଦ ସଭ୍ୟା ସସ୍ମିତା ମାଝୀ କିଛି ଦିନ ତଳେ ତାଙ୍କ ନାମରେ ଚାକିରି ଦେବା କହି ଅନେକ ଲୋକଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିଲେ। ସସ୍ମିତା ମାଝୀ ଓ ଅନ୍ୟ ଦୁଇ ସହଯୋଗୀ ଏଥିରେ ସାମିଲ ଥିଲେ।
୩ଦିନ ତଳେ ବିଜେଡିରୁ ବହିଷ୍କାର ହୋଇଥିଲେ ସସ୍ମିତା। ଜନବିରୋଧୀ କାର୍ଯ୍ୟ ଯୋଗୁ ସସ୍ମିତାଙ୍କୁ ଦଳରୁ ବହିଷ୍କାର କରାଯାଇଥିବା ପ୍ରେସ୍ ରିଲିଜରେ ଉଲ୍ଲେଖ କରାଯାଇଥିଲା। ସସ୍ମିତା ପାଣ୍ଡିଆନଙ୍କ ସମ୍ପର୍କୀୟ ବୋଲି ପରିଚୟ ଦେଇ ଚାକିରି କରାଇ ଦେବା ନାଁରେଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ସସ୍ମିତା ମାଝୀଙ୍କ ସମେତ ୩ ଜଣ ଅଭିଯୁକ୍ତ ରହିଛନ୍ତି।
ପୂର୍ବରୁ ମାଷ୍ଟରମାଇଣ୍ଡ ରମେଶ ରାଉତଙ୍କୁ ଭୁବନେଶ୍ୱରରୁ ଗିରଫ କରିଥିଲା ପୁଲସ। ରମେଶ ନିଜକୁ ଭିକେ ପାଣ୍ଡିଆନଙ୍କ ଶଳା କହି ଚାକିରି କରାଇ ଦେବା ନାଁରେ ଅନେକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ହଡ଼ପ କରିଥିଲେ। ଏଥିରେ ତାଙ୍କ ସହିତ ସସ୍ମିତା ମାଝୀ ଓ ଅନ୍ୟ ଜଣେ ସହଯୋଗୀ ସାମିଲ ଥିବା ଅଭିଯୋଗ ହୋଇଥିଲା।