ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ କରାଯାଇଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

କ୍ରାଇମବ୍ରାଞ୍ଚ କେସ୍ ନଂ ୧୧/୨୦୨୪ରେ ଅପରାଧିକ ମାମଲା ରୁଜୁ କରିଥିବା ଜଣାଯାଇଛି। କିଛି ଦିନ ପୂର୍ବରୁ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ପୁଲିସ ଡିଜି ଡିଜି ୱାଇ.ବି. ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ପରେ କ୍ରାଇମବ୍ରାଞ୍ଚ ଭରତପୁର  ଥାନାକୁ ଯାଇ ଖୋଳତାଡ଼ କରିବା ସହ ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କୁ ଜେରା କରିଥିଲା। ଏବେ ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଛି।

ଏହା ଭିତରେ କମିସନରେଟ୍‌ ପୁଲିସ ମୂଳ ଘଟଣାକୁ ନେଇ ତଦନ୍ତ ଆରମ୍ଭ କରିଛି। ଡିଜିପି ଓ୍ବାଇ.ବି.ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଚନ୍ଦକା ଥାନା ପୁଲିସ ମୂଳ ଘଟଣାକୁ ନେଇ ମାମଲା ରୁଜୁ କରିଛି। ଘଟଣା ଦିନ ରାତିରେ ଅର୍ଥାତ୍ ୧୪ ତାରିଖ ରାତିରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପଥରଗାଡ଼ିଆ ରୋଡ୍‌ରେ ଆକ୍ରମଣ କରିଥିବା ଦୁର୍ବୃତ୍ତମାନଙ୍କୁ ଠାବ କରିବାକୁ ପୁଲିସ ଛାନ୍‌ଭିନ୍‌ ଆରମ୍ଭ କରିଛି।

Leave A Reply

Your email address will not be published.