ବସ୍ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁଁ ଧକ୍କା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବୌଦ୍ଧ-ଫୁଲବାଣୀ ସୀମାନ୍ତ ଘାଟି ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବସ୍ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁଁ ଧକ୍କା ହେବାଫଳରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି | । ଆହତଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

ତେବେ ଖମ୍ବେଶ୍ବରୀ ନାମକ ଯାତ୍ରୀବାହୀ ବସଟି ବୌଦ୍ଧରୁ ବାଲିଗୁଡା ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ, ବୌଦ୍ଧରୁ ଖମ୍ବେଶ୍ୱରୀ ନାମକ ଏକ ଘରୋଇ ବସ ଆଜି ସକାଳେ ବାଲିଗୁଡା ଅଭିମୁଖେ ଯାଉଥିଲା । ସେହି ସମୟରେ ରାଣୀପଥର ଘାଟି ନିକଟସ୍ଥ ଗେଟାମୁଣ୍ଡା ଘାଟି ଉପରେ ଯାତ୍ରୀବାହୀ ବସ୍ ଓ ଟ୍ରକ ମଧ୍ୟରେ ଏପରି ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ବସରେ ଯାତ୍ରା କରୁଥିବା କରୁଥିବା ପ୍ରାୟ ୩୦ ଜଣ ଯାତ୍ରୀଙ୍କ ମଧ୍ୟରୁ ୨୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ବେଳେ ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଛି ।

ଏନେଇ ଖବର ପାଇ ଚାରିଛକ ଅଗ୍ନିଶମ ବାହିନୀ ଓ ଆମ୍ବୁଲାନ୍ସ ପହଞ୍ଚି ଗୁରୁତର ଆହତଙ୍କୁ ଉଦ୍ଧାର କରି ପୁରୁଣା କଟକ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରୁ କେତେକଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ସେମାନଙ୍କ ମଧ୍ୟରୁ ବୁରୁବୁଡା ଗ୍ରାମର ବିକ୍ରମ ରଣା ବିଦ୍ୟାଳୟରେ ଶିକ୍ଷାଦାନ ପାଇଁ ସୁଡ୍ରେଜୁ ଯାଉଥିବା ବେଳେ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିଲେ । ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୌଦ୍ଧରୁ କଟକ ସ୍ଥାନାନ୍ତର କରାଯାଇଛି ।

Leave A Reply

Your email address will not be published.