ବାର୍ଷିକ କ୍ରୀଡ଼ା ଚାଲିଥିବା ବେଳେ ନବମ ଶ୍ରେଣୀ ଛାତ୍ରଙ୍କ ବେକରେ ଗଳିଗଲା ଜାଭେଲିନ୍, ଦୁଇ ଘଣ୍ଟାର ଅସ୍ତ୍ରୋପଚାର ପରେ ବାହାରିଲା

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ବଲାଙ୍ଗୀର ଜିଲ୍ଲା ଆଗଲପୁର ହାଇସ୍କୁଲର ବାର୍ଷିକ କ୍ରୀଡ଼ା ଚାଲିଥିବା ବେଳେ ଏକ ଅଭାବନୀୟ ଘଟଣା ଘଟିଛି। ଆଗଲପୁର ବାଳକ ହାଇସ୍କୁଲ ନବମ ଶ୍ରେଣୀ ଛାତ୍ର ସଦାନନ୍ଦ ମେହେର ବେକରେ ଜାଭେଲିନ ପଶିଯିବା ଫଳରେ ସେ ଗୁରୁତର ହୋଇପଡ଼ିଛନ୍ତି । ଆମ୍ବୁଲାନ୍ସ ଯୋଗେ ଆଗଲପୁରରୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଛାତ୍ରଙ୍କୁ ରେଡ୍‌କ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଚିକିତ୍ସା ଖର୍ଚ୍ଚ ଜିଲା ପ୍ରଶାସନ ବହନ କରିବ ବୋଲି ଜିଲାପାଳ  ଚଞ୍ଚଳ ରାଣା କହିଛନ୍ତି।

ଅନ୍ୟପଟେ ଦୁଇ ଘଣ୍ଟାର ଅସ୍ତ୍ରୋପଚାର ପରେ ଛାତ୍ରଙ୍କ ବେକରୁ ବାହାରିଲା ଜାଭେଲିନ୍‌ । ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ବେଳେ ବଲାଙ୍ଗର ଆଗଲପୁର ବାଳକ ହାଇସ୍କୁଲ ଛାତ୍ରଙ୍କ ବେକରେ ଗଳିଯାଇଥିଲା ଜାଭେଲିନ । ନବମ ଶ୍ରେଣୀ ଛାତ୍ର ସଦାନନ୍ଦ ମେହେରଙ୍କୁ ଗୁରୁତର ଅବସ୍ଥାରେ ବଲାଙ୍ଗର ମେଡିକାଲରେ ଭର୍ତ୍ତି କରାଯାଇଛି । ଛାତ୍ର ସଦାନନ୍ଦଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିର ଜିଲ୍ଲାପାଳଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କଥା ହୋଇଛନ୍ତି ସଚିବ ଭି କେ ପାଣ୍ଡିଆନ୍‌ । ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡରୁ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ । ଏହା ସହ ଆହତ ଛାତ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

Leave A Reply

Your email address will not be published.