ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢଉ ଜାରି ରଖିଛି ଭିଜିଲାନ୍ସ।
ବାଲେଶ୍ବର ଜିଲ୍ଲା ଖନ୍ତାପଡ଼ାରେ ଥିବା ପୈତୃକ ଘର, ନୀଳଗିରି, ଅଙ୍ଗାରଗଡ଼ିଆରେ ଥିବା ତିନିମହଲା ଘର, ଶେରଗଡ଼ରେ ଥିବା ମାର୍କେଟ କଂପ୍ଲେକ୍ସ, ଓ ବାଲେଶ୍ବରରେ ଥିବା କାର୍ଯ୍ୟାଳୟ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢଉ କରୁଛି ଭିଜିଲାନ୍ସ ଟିମ୍। ପ୍ରଦୀପ ବାଲେଶ୍ୱରର ପୈତୃକ ଓ ସଂପର୍କୀୟଙ୍କ ଘର ସମେତ ୬ଟି ସ୍ଥାନରେ ଏକ କାଳୀନ ଚଢ଼ାଉ କରାଯାଇଛି।
ବାଲେଶ୍ୱର ଅଙ୍ଗାରଗାଡ଼ିଆରେ ଥିବା ତିନିମହଲା କୋଠା, ଖନ୍ତାପଡ଼ାରେ ଥିବା ପୈତୃକ ଘର, ସେରଗଡ଼ରେ ଥିବା ମାର୍କେଟ କଂପ୍ଲେକ୍ସ, ନୀଳଗିରି ଓ ଖନ୍ତାପଡ଼ାରେ ଥିବା ସଂପର୍କୀୟଙ୍କ ଘର ଓ ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ପ୍ରଦୀପ ଦାସଙ୍କ ଅଫିସ ରୁମରେ ଚଢ଼ାଉ କରାଯାଉଛି। ବାଲେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୨ ଜଣ ASP, ୪ଜଣ DSP ଓ ୭ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।