ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍‌ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସ୍‌ ଉପରେ ଆଜି ଆୟକର ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି।

ଆୟକର ଫାଙ୍କିବା ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ଜଣାଯାଇଛି। ଚଢ଼ାଉ ଚାଲିଥିବା ବେଳେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।ଚଢ଼ାଉ ଚାଲିଥିବା ବେଳେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ସୂଚନା ରହିଛି। ଏହି ଟଙ୍କା ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ବୋଲି ଜଣାଯାଇଛି।

ଏହି ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସରେ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ପୋଷ୍ଟର ଓ ବ୍ୟାନର ଛପା ଯାଉଥିବା ସୂଚନା ରହିଛି। ଏନେଇ ସଂପୃକ୍ତ ମିଡିଆ ହାଉସ ମାଲିକ କିମ୍ବା କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନି।

Leave A Reply

Your email address will not be published.