୪ ଗାଡି ମଧ୍ୟରେ ସିରିଜ୍ ଦୁର୍ଘଟଣା ଘଟି ଜଣେ ମୃତ, ଜଣେ ଗୁରୁତର

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୪ ଗାଡି ମଧ୍ୟରେ ସିରିଜ୍ ଦୁର୍ଘଟଣା ଘଟି ଜଣେ ମୃତ, ଜଣେ ଗୁରୁତର | ଆଜି ସକାଳୁ ସକାଳୁ କେନ୍ଦୁଝର ଜିଲ୍ଲା ବଡ଼ବିଲ ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର କାଶିଆ ଛକ ନିକଟରେ ୪ଟି ଗାଡି ମଧ୍ୟରେ ସିରିଜ୍ ଦୁର୍ଘଟଣା ଘଟି ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟଜଣେ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣା ପଡିଛି।

ପ୍ରାପ୍ତ ସୂଚନା ମୁତାବକ ଆଜି ସକାଳ ୯ଟା ବେଳେ ଏକ ହାଇୱା ରୁଗୁଡ଼ିରୁ ଭଦ୍ରାସାହି ଅଭିମୁଖେ ଦୃତ ଗତିରେ ଆସି ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରଲରକୁ ଧକ୍କା ଦେବା ଫଳରେ ଏହି ମର୍ମନ୍ତୁଦ ସିରିଜ ଦୁର୍ଘଟଣା ଘଟିଥିଲା। ଏଥିରେ ଜଣେ ଡ୍ରାଇଭର ଗାଡି ଭିତରେ ଫସିରହି ଘଟଣା ସ୍ଥଳରେ ପ୍ରାଣ ହରାଇଥିବା ବେଳେ ଅନ୍ୟଜଣେ ଡ୍ରାଇଭର ଗାଡ଼ି ଭିତରେ ଗୁରୁତର ଅବସ୍ଥାରେ ଫସି ରହିଥିଲେ।

ସୂଚନା ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଡ୍ରାଇଭରକୁ ଗାଡି ଭିତରୁ ଉଦ୍ଧାର କରି ମେଡିକାଲ ପଠାଇଥିବା ବେଳେ ଖବର ନେବା ପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଦେଖିବାକୁ ମିଳିଛି। ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ, ବେପରୁଆ ତଥା ଓଭରଟେକ୍ ଗାଡି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।

Leave A Reply

Your email address will not be published.