ଶ୍ରୀମନ୍ଦିରରେ ସ୍ବତନ୍ତ୍ର ମକର ସଂକ୍ରାନ୍ତି ନୀତି ଅନୁଷ୍ଠିତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ମକର ସଂକ୍ରାନ୍ତି ନୀତି ଅନୁଷ୍ଠିତ ହେଉଛି । ଆଜି ଭକ୍ତଙ୍କୁ ମକର ଚୌରାଶୀ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଲମ୍ବା ଲାଇନରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରୁଛନ୍ତି ହଜାର ହଜାର ଭକ୍ତ । ମକର ସଂକ୍ରାନ୍ତିକୁ ନେଇ ଉତ୍ସବ ମୁଖର ହୋଇଉଠିଛି ଏକାମ୍ର କ୍ଷେତ୍ର। ରବିବାର ଲିଙ୍ଗରାଜଙ୍କ ପହିଲି ଭୋଗ ନୀତି ଶେଷ ହୋଇଛି। ମଧ୍ୟାହ୍ନ ଧୂପ ପରେ ନଡିଆ, ଘିଅ, ମିଠା, ଦୁଧ, ସର,ଖୁଆ ଓ ଚାଉଳକୁ ମିଶ୍ରିତ କରାଯାଇ ମକର ଭୋଗ ମହାପ୍ରଭୁଙ୍କୁ ଲାଗି କରାଯାଇଥାଏ ।

ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ପରଠାରୁ ମକର ନୀତି ପାଳନ ପ୍ରସ୍ତୁତି ଆରମ୍ଭ ହୋଇଥାଏ । ଆଲାମଚଣ୍ଡୀ ମନ୍ଦିରରୁ ଆସିଥିବା ମକର ତାଡକୁ ଭୋଗମଣ୍ଡପରୁ ଆଣି ସେବାୟତମାନେ ସେଥିରେ ମକର ଚାଉଳ ପ୍ରସ୍ତୁତ କରିଥାନ୍ତି । ଏଥିସହିତ ଶ୍ରୀଜିଉଙ୍କୁ ମକର ଚୌରାଶି ବେଶ କରାଯିବା ସହିତ ପ୍ରସ୍ତୁତ ହୋଇଥିବା ମକର ଚାଉଳକୁ ମହାପ୍ରଭୁଙ୍କ ନିକଟରେ ଅର୍ପଣ କରାଯାଇଥାଏ ।ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କର ବାର ମାସରେ ତେର ପର୍ବ ପାଳନ ହୋଇଥାଏ ବୋଲି ଲୋକକଥାରେ ରହିଛି। ସେଥି ମଧ୍ୟରୁ ମକର ସଂକ୍ରାନ୍ତି ପର୍ବ ଅନ୍ୟତମ।

ମକର ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରକୁ ହଜାର ହଜାର ଭକ୍ତଙ୍କ ଆଗମନ ହୋଇଛି। ମହାପ୍ରଭୁଙ୍କ ମକର ଚାଉଳ ପ୍ରସାଦ ରୂପେ ପାଇବା ପାଇଁ ଭକ୍ତମାନେ ମଧ୍ୟ ଉତ୍କଣ୍ଠାରେ ଅଛନ୍ତି । ସେପଟେ ମହାପ୍ରଭୁଙ୍କ ମକର ସଂକ୍ରାନ୍ତି ନୀତି ଅବସରରେ ବିଭିନ୍ନ ମଠ ମନ୍ଦିରରେ ମଧ୍ୟ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ମକର ଚାଉଳ ପ୍ରସ୍ତୁତ କରାଯାଇ ଭୋଗ ରୂପେ ଅର୍ପଣ କରାଯାଏ। ଏଥିପାଇଁ ଶ୍ରୀକ୍ଷେତ୍ର ପୁରୀରେ ବିଭିନ୍ନ ମଠ ମନ୍ଦିର ମଧ୍ୟ ଚଳଚଞ୍ଚଳ ହୋଇପଡିଛି ।

Leave A Reply

Your email address will not be published.