ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି । ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା।  ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ। ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡି ମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ ।

ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ । ସେଠାରେ ସୁନାର କୃଷ୍ଣ ମୁର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବ । ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ । ପରେ ମଦନମୋହନଙ୍କୁ ନାଭିକଟାମଣ୍ତପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହେବ । ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ ।

Leave A Reply

Your email address will not be published.