ଟ୍ରାକ୍ଟର ସହ ପିଟି ହେଲା ଦ୍ରୁତଗାମୀ କାର୍

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ନୂଆପଡ଼ା ଜିଲ୍ଲା ଖଡ଼ିଆଳରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରାକ୍ଟର ସହ ପିଟି ହୋଇଛି ଦ୍ରୁତଗାମୀ କାର୍। ଫଳରେ ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି।୪ ମୃତକ ଖଡ଼ିଆଳ ଅଞ୍ଚର ବାସିନ୍ଦା ବୋଲି ଜଣାପଡ଼ିଛି। ଅନ୍ୟପକ୍ଷରେ ଟ୍ରାକ୍ଟରରେ ଯାଉଥିବା ଦୁଇଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବାରୁ ସେମାନଙ୍କୁ ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସେପଟେ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ଟ୍ରାକ୍ଟର ଡ୍ରାଇଭର | ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି ଖଡ଼ିଆଳ ପୋଲିସ | ସୂଚନା ମୁତାବକ, ରାତି ପ୍ରାୟ ୧୨ଟା ବେଳେ ସେମାନେ ଖଡ଼ିଆଳ ଅଭିମୁଖେ ଫେରୁଥିବା ବେଳେ ଲଛିପୁର ଗାଁ ନିକଟରେ ଏକ ଟ୍ରାକ୍ଟର ସହିତ ସେମାନଙ୍କର ଧକ୍କା ହୋଇଥିବା କୁହାଯାଉଛି। ଏହା ପରେ ପରେ ଉକ୍ତ ରାସ୍ତା ଦେଇ ଦ୍ରୁତଗତିରେ ଯାଉଥିବା ଏକ ଟ୍ରକ୍ ସେମାନଙ୍କ କାରକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୪ ବନ୍ଧୁଙ୍କର ମୃତ୍ୟୁ ଘଟିଥିଲା।

ଅନ୍ୟପକ୍ଷରେ ଟ୍ରାକ୍ଟରରେ ଯେଉଁ ଦୁଇ ଜଣ ବ୍ୟକ୍ତି ଯାଉଥିଲେ, ସେମାନେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ଭଲ ନଥିବା ଜଣାପଡ଼ିଛି। ଟ୍ରାକ୍ଟରର ଡାଲାର ଦୁଇ ପଛ ଚକ ବାହାରି ଯାଇଥିବା ବେଳେ କାରଟି ଚୁରମାର ହୋଇଯାଇଛି। ଖବର ପାଇ ଖଡ଼ିଆଳ ପୁଲିସ ସହିତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ।

Leave A Reply

Your email address will not be published.