ବଙ୍ଗୋପସାଗରରେ ଦାନା ବାନ୍ଧିୁଛି ବାତ୍ୟା

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ):  ବଙ୍ଗୋପସାଗରରେ ଦାନା ବାନ୍ଧିୁଛି ବାତ୍ୟା । ଆସନ୍ତା ୪ ତାରିଖରେ ଭୋର ସୁଦ୍ଧା ଏହା ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖରେ ପହଞ୍ଚିବା ଅନୁମାନ କରାଯାଉଛି . । ଏହା ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ ନେଇ କିଛି ସ୍ପଷ୍ଟ ଆକଳନ କରାଯାଇନି ।ଓଡ଼ିଶା ପାଇଁ ପୂର୍ବାନୁମାନ ହେଲା-ସମ୍ଭାବ୍ୟ ବାତ୍ୟା ଯୋଗୁଁ ଆସନ୍ତା ୩ ତାରିଖରେ ରାଜ୍ୟରେ ପାଗ ବଦଳିବା ସହ ବର୍ଷା ହେବ । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭବନା ଅଧିକ । ୫ ରୁ ୭ ଯାଏଁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ ।

ପଶ୍ଚିମ-ଉତ୍ତର ଦକ୍ଷଇଣ ପୂର୍ବ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହେବ । ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବା ସମ୍ଭାବନା । ବାତ୍ୟା ସଂପର୍କରେ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସୁଦୃଶ୍ୟ ଲଘୁଚାପଟି ୨୪ ଘଣ୍ଟା ମଧ୍ୟରେ ଅବପାତ ରୂପ ନେଇପାରେ । ପରବର୍ତ୍ତୀ ସମୟରେ ୩ ତାରିଖ ଦିନ ବାତ୍ୟାରେ ରୂପାନ୍ତରଣ ସମ୍ଭାବନା ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଭାଗ । ପାଣିପାଗ ବିଭାଗର ସୂଚନା ଅନୁସାରେ, ସୁଦୃଶ୍ୟ ଲଘୁଚାପଟି ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ଅବପାତ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇ କାଲି ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୩ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ।

ବାତ୍ୟାରେ ପରିଣତ ହୋଇ ୪ ତାରିଖ ସଂଧ୍ୟାରେ ଚେନ୍ନାଇ ଓ ମଛଲିପଟ୍ଟନମ ମଝିରେ ଉପକୂଳ ଛୁଇଁବ ବୋଲି ପୂର୍ବାନୁମାନ କରିଛି ପାଣିପାଗ। ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଗଲାଣି ପ୍ରବଳ ବର୍ଷା। ତାମିଲନାଡୁରେ ସମ୍ଭାବ୍ୟ ବାତ୍ୟାକୁ ଦେଖି ମୁତୟନ କରାଯାଇଛି NDRF ଟିମ୍। ପ୍ରବଳ ବର୍ଷା ଯୋଗୁଁ କାଞ୍ଚିପୁରମ୍ ଓ ଥିରୁବଲ୍ଲୁର ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିର ସମ୍ମୁଖରେ ମଧ୍ୟ ବର୍ଷା ଯୋଗୁଁ ଭକ୍ତମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏପର୍ଯ୍ୟନ୍ତ ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ, ତାହା ସ୍ପଷ୍ଟ ହୋଇନାହିଁ।

Leave A Reply

Your email address will not be published.