ଆସୁଛି ଘୂର୍ଣ୍ଣିବଳୟ; ବଙ୍ଗୋପସାଗରରେ ବାନ୍ଧୁଛି ଦାନା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଙ୍ଗୋପସାଗରରେ ଆସନ୍ତାକାଲି ବେଳକୁ ସୃଷ୍ଟି ହେବାକୁ ଯାଉଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୬ରୁ ରାଜ୍ୟରେ ବଢିବ ବର୍ଷା। ଏନେଇ ଆଞ୍ଚଳିତ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଫଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି । ଏଥିସହ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି ।

ସେଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ। ଆଜିଠୁ ୨୮ ତାରିଖ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି। ତେଣୁ ୨୬ରୁ ୨୮ ତିନି ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ସୂଚନା ଥାଉକି, ସାରା ରାଜ୍ୟରେ ଜୁନ୍ ୧ରୁ ଏପର୍ଯ୍ୟନ୍ତ ୨୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ଫଳରେ ଚାଷକାର୍ଯ୍ୟ ବ୍ୟାହତ ହୋଇଛି । ୨୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଯୋଗୁ ପରିସ୍ଥିତି ସଙ୍ଗୀନ ରୂପ ଧାରଣ କରିଛି । ସେହିଭଳି ୨୭ ତାରିଖରେ କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ କାଳବୈଶାଖୀ ବର୍ଷା ହେବାକୁ ଥିବାବେଳେ ୨୬ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ସତର୍କ ସୂଚନା ଦିଆଯାଇଛି।

Leave A Reply

Your email address will not be published.