ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଅଗ୍ନିକାଣ୍ଡରେ ଜଳିଗଲା ୩ବଖରା ଘର | ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତ ପୁରୁଷୋତ୍ତମପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୩ ବଖରା ଘର ଜଳି ପୋଡି ପାଉଁଶ ହୋଇ ଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ଜଣାଯାଇଛି।
ଏହି ଗ୍ରାମର ଅଭୟ ପଣ୍ଡାଙ୍କ ଠାକୁର ଘରେ ପରିବାର ତରଫରୁ ଦ୍ବୀପ ଲଗାଯାଇଥିଲା। ଏହି ଦ୍ବୀପ ନିଆଁରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ସ୍ଥାନୀୟ ଲୋକେ ଏହା ଦେଖି ନିଆଁକୁ ଆୟତ୍ତ କରିବା ସହିତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।
ଖବରପାଇ ସୋର ଅଗ୍ନିଶମ ବିଭାଗର ଦୁଇଟି ଦମକଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ବେଳକୁ ତିନି ବଖରା ଘର ସମ୍ପୂର୍ଣ୍ଣ ଜଳିଯିବା ସହିତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିଲା। ଏହି ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ମାନେ ଦାବୀ କରିଛନ୍ତି।