ବାଣୀ ବିହାର ଓଭର ବ୍ରିଜ ଉପରେ ବ୍ରେକ ଫେଲରୁ ଦୁର୍ଘଟଣା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବ୍ରେକ ଫେଲରୁ ଦୁର୍ଘଟଣା | ବାଣୀ ବିହାର ଓଭର ବ୍ରିଜ ଉପରେ ମର୍ମାନ୍ତୁତ ସଡକ ଦୁର୍ଘଟଣା | OSRTC ବସ୍‌କୁ ପଛରୁ ଧକ୍କା ଦେଲା ଘରୋଇ ବସ୍‌। ଦୁର୍ଘଟଣାରେ ଦୁଇଟି ବସର ଡ୍ରାଇଭର ସମେତ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ବାଣୀବିହାର ଓଭରବ୍ରିଜ ଉପରେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ପିସିଆର ୫ ପହଂଚି ଖୋଳତାଡ଼ କରୁଛି । ତେବେ ଘରୋଇ ବସ୍ ବ୍ରେକ୍‌ ଫେଲ୍ ହେବା ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା କଥା ପୋଲିସ କହୁଛି ।

ତେବେ ସୂଚନା ଅନୁସାରେ, ଆଜି ଭୋର ସମୟରେ OSRTC ବସ୍‌ଟି ଯାତ୍ରୀଙ୍କୁ ଉଠାଇବା ପାଇଁ ରାସ୍ତାକଡ଼କୁ ଗାଡ଼ି ସାଇଡ୍ କରୁଥିଲେ। ଏହି ସମୟରେ ଘରୋଇ ବସ୍‌ଟି ଦ୍ରୁତ ଗତିରେ ଆସି OSRTC ବସ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଦୁଇଟି ବସର ଡ୍ରାଇଭର ସମେତ ଏକାଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘରୋଇ ବସ୍‌ଟି ବ୍ରେକଫେଲ ହୋଇଯିବା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଦୁର୍ଘଟଣାରେ ଘରୋଇ ବସର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଥିବା ବେଳେ OSRTC ବସ୍‌ ପଛ ଅଂଶଟି ଭାଙ୍ଗି ନଷ୍ଟ ହୋଇଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.