ଓଡ଼ିଆ ନ୍ୟୁଜ୍: ବଡଦାଣ୍ଡରେ ବଡ ଅଘଟଣ। ବୋଲେରୋ-ସ୍କୁଟି ଧକ୍କାରେ ୫ ବର୍ଷୀୟ ନାବାଳକ ମୃତ।ବଡ଼ଦାଣ୍ଡ ବଳଗଣ୍ଡି ଛକରେ ବୋଲେରୋ-ସ୍କୁଟି ଦୁର୍ଘଟଣା।ଅନ୍ୟ ୨ ଗୁରୁତର ପୁରୀ ମେଡିକାଲରେ ଭର୍ତ୍ତି, ପୋଲିସର ତଦନ୍ତ। ମିଳିଥିବା ସୂଚନା ଅନୁଯାୟୀ, ମେଡ଼ିକାଲ ଛକ ଆଡୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ ଅନ୍ୟପଟେ ଏକ ସ୍କୁଟିରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନାବାଳକ ନାତି ଓ ଅନ୍ୟ ଜଣେ ନାବାଳକ ଆସୁଥିଲେ । ଏହି ସମୟରେ ବାଲଗଣ୍ଡି ଛକ ନିକଟରେ ସ୍କୁଟିକୁ ପଛଆଡ଼ୁ ବୋଲେରୋ ଧକ୍କା ଦେଇଥିଲା ।
ଯାହା ଫଳରେ ସ୍କୁଟିରେ ଯାଉଥିବା ତିନି ଜଣ କିଛି ବାଟ ଘୋଷାଡି ହୋଇ ଯିବା ସହ ଆହତ ହୋଇଥିଲେ । ଲୋକ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ବୋଲେରୋ ଚାଳକଙ୍କୁ କାବୁ କରିଛନ୍ତି । ତେବେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇଜଣଙ୍କ ଚିକିତ୍ସା ଜାରିରହିଛି । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ିକୁ ଜବତ କରିବା ସହ ଗାଡ଼ି ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।