ଓଡ଼ିଆ ନ୍ୟୁଜ(ବ୍ୟୁରୋ): ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ ଜାରି ରହିଛି ବର୍ଷା । ଏଥିସହ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ବି ସକ୍ରିୟ ରହିଛି । ଏହାର ପ୍ରଭାବରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଫଳରେ ଆଗକୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ଆଜି ଓ ଆସନ୍ତାକାଲି ଦୁଇ ଦିନ ଉପକୂଳବର୍ତ୍ତୀ ଜିଲ୍ଲା ସମେତ ପଶ୍ଚିମ ଓଡ଼ିଶାରେ ବର୍ଷା ପ୍ରକୋପ ଅଧିକ ରହିବ । ୩୧ ତାରିଖରୁ ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଏହାକୁ ଦୃଷ୍ଟି ରଖି ୩୧ରୁ ୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି । ଗତ ୨୪ ଘଣ୍ଟାରେ ବାରିପଦାରେ ସର୍ବାଧିକ ୨୮ ମିଲିମିଟର ବର୍ଷା ହୋଇଥିବା ବେଳେ କେନ୍ଦୁଝରରେ ୨୦ ମିଲିମିଟର ବର୍ଷା ରେକର୍ଡ ହୋଇଛି ।