ଖୁସି ବାଂଟିଲେ ଖୁସି ବଢେ”: ଜେରିଆଟ୍ରିକ୍ ସେଂଟରରେ ଚକ୍ଷୁ ଚିକିତ୍ସା ଶିବିର କରି ଜନ୍ମଦିନ ପାଳିଲେ ଆକାଶ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଓଡିଆ ସିନେ ଜଗତର ଲୋକପ୍ରିୟ ଅଭିନେତା, ଓଡିଶା ସରକାରଙ୍କ “ମୋ କଲେଜ ଅଧ୍ୟକ୍ଷ”, ଉଡ୍ର ଚାରିଟେବୁଲ ଟ୍ରଷ୍ଟର ଉପଦେଷ୍ଟା ଆକାଶ ଦାସନାୟକଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ । ପ୍ରତିବର୍ଷ ଏହି ଦିନ ଆକାଶ ଦାସନାୟକ ତାଙ୍କ ଜନ୍ମଦିନ ନିଆରା ଢଙ୍ଗରେ ପାଳନ କରିଆସୁଛନ୍ତି । ସେ ପ୍ରତିବର୍ଷ ତାଙ୍କ ଜନ୍ମଦିନ ଅନାଥ ଆଶ୍ରମର କୁନିକୁନି ପିଲା, ସେବାଶ୍ରମ, ବୃଦ୍ଧାଶ୍ରମର ଅନ୍ତେବାସୀଙ୍କ ସହିତ ପାଳନ କରିଆସୁଛନ୍ତି । ଚଳିତ ବର୍ଷ ବରମୁଣ୍ଡା ସୌଭାଗ୍ୟନଗର(୨) ସ୍ଥିତ ଜେରିଆଟ୍ରିକ୍ ସେଂଟରର ଅନ୍ତେବାସୀଙ୍କ ସହିତ ତାଙ୍କ ଜନ୍ମଦିନ ପାଳନ କରିଛନ୍ତି । ଆକାଶଙ୍କ ଜନ୍ମଦିନ ଉପଲକ୍ଷେ “ଉଡ୍ର ଚାରିଟେବୁଲ ଟ୍ରଷ୍ଟ” ଏହି ସେଂଟରର ଅନ୍ତେବାସୀଙ୍କ ଚକ୍ଷୁ ଚିକିତ୍ସା ଶିବିର ଆୟୋଜନ କରିଥିଲା । “ଭୂମିକା ଚକ୍ଷୁ ଚିକିତ୍ସାଳୟ”ର ଅଭିଜ୍ଞ ଡାକ୍ତରମାନଙ୍କ ଦ୍ୱାରା ଅନ୍ତେବାସୀମାନଙ୍କର ଚକ୍ଷୁ ପରୀକ୍ଷା କରାଯାଇ ଆବଶ୍ୟକ ଉପକରଣ ଓ ଔଷଧ ଦିଆଯାଇଥିଲା । ଜନ୍ମଦିନରେ ଏହି ସେଂଟରର ଅନ୍ତେବାସୀଙ୍କ ମୁହଁରେ ଟିକେ ହସ ଫୁଟାଇବା ପାଇଁ ଆକାଶଙ୍କର ଏହା ଥିଲା ଏକ ନିଆରା ପ୍ରୟାସ ।

ଜେରିଆଟ୍ରିକ୍ ସେଂଟରର ଅନ୍ତେବାସୀମାନେ ତାଙ୍କ ଜନ୍ମଦିନ ଉପଲକ୍ଷେ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସଂଗେ ସଂଗେ ତାଙ୍କ ଦୀର୍ଘ ଜୀବନ ପାଇଁ ଭଗବାନଙ୍କ ପାଖରେ ଶୁଭ ମନାସୀଥିଲେ ଏବଂ କେକ୍ କାଟି ଜନ୍ମଦିନ ପାଳନ କରିଥିଲେ । ଆକାଶ ଏହି ଅନ୍ତେବାସୀଙ୍କ ସହ ଖୁସି ବାଂଟିଥିଲେ । ସେ କହିଥିଲେ – “ଖୁସି ବାଂଟିଲେ ଖୁସି ବଢେ” । ଆକାଶଙ୍କର ସିନେ ପ୍ରଶଂସକ, ରାଜନୈତିକ ପ୍ରଶଂସକ, ବୁଦ୍ଧଜୀବୀ ମହଲରୁ ଜନ୍ମଦିନର ଶୁଭେଚ୍ଛା ଓ ଶୁଭକାମନାର ସୁଅ ଛୁଟିବାରେ ଲାଗିଛି । ଅନେକ ବିଶିଷ୍ଟ ବ୍ୟକ୍ତି ଆକାଶଙ୍କୁ ତାଙ୍କର ଜନ୍ମଦିନ ଉପଲକ୍ଷେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ଏହି ଜନ୍ମଦିନ ପାଳନ ଉତ୍ସବରେ ଭୂମିକା ଚକ୍ଷୁ ଚିକିତ୍ସାଳୟର ଡାକ୍ତର ଓ ଉଡ୍ର ଚାରିଟେବୁଲ ଟ୍ରଷ୍ଟର ସଂପାଦିକା ଶୁଭ୍ରାଜ୍ୟୋତି ଦାସନାୟକ, ଶୁଭଶ୍ରୀ ମଙ୍ଗରାଜ, ବୈଷ୍ଣବ ଚରଣ ଭୋଳ, ଜୟଶ୍ରୀ ଧଳ, ଦେବୀ ପ୍ରସାଦ ମଙ୍ଗରାଜ, ଜୋଷିକା ବୋଷ, ପବନ ପାତ୍ରୋ, ସତ୍ୟ ସୁମନ, କିଶୋର ଦାସ, ଭାଗ୍ୟଧର ସାମଲ, ସୁମିତ୍ରା ମହାନ୍ତି, ସତ୍ୟବ୍ରତ ଜେନା, ଆଦିତ୍ୟ ଚୌଧୁରୀ, ଅସିତ୍ ସାହୁ, ବିଶ୍ୱଜିତ୍ ପ୍ରମୁଖ ଉପସ୍ଥିତ ରହି ଏଥିରେ ସହଯୋଗ କରିଥିଲେ ।

Leave A Reply

Your email address will not be published.