ଓଡ଼ିଆ ନ୍ୟୁଜ୍: ଟିଟିଲାଗଡ଼ ସହକାରୀ ନିର୍ବାହୀ ଯନ୍ତ୍ରୀ ଦିଲେଶ୍ବର ମାଝୀଙ୍କ ବିପୁଳ ସଂପତ୍ତି ଠାବ।୪ କୋଠା, ୯ ପ୍ଲଟ୍ ଓ ଗୋଟିଏ ମାର୍କେଟ କଂପଲେକ୍ସ ଠାବ କଲା ଭିଜିଲାନ୍ସ।ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ ବେଳେ ସଂପତ୍ତି ଠାବ।ଭିଜିଲାନ୍ସ ଜାଲରେ ଟିଟଲାଗଡ଼ ଆର ଆଣ୍ଡ ବି ସବ-ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ଦିଲେଶ୍ୱର ମାଝୀ ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିଲେଶ୍ୱର ମାଝୀଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍ ।ଏହି ରେଡ୍ରେ ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୨ ଜଣ ଏଏସଆଇ ଏବଂ ଅନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । ସମ୍ବଲପୁର, ଝାରସୁଗୁଡ଼ା ଏବଂ ବଲାଙ୍ଗୀର ଜିଲ୍ଲାର ମୋଟ ୬ଟି ସ୍ଥାନରେ ଏକକାଳୀନ ଚଢାଉ ହେଉଛି ।
ସମ୍ୱଲପୁର ଟାଉନ ସ୍ଥିତ ଏକ ଦ୍ୱିମହଲା ଘର, ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ୟୁନିଟ୍-୨ ରେ ଥିବା ଆଉ ଏକ ଦ୍ୱିମହଲା ଘର, ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ସ୍ଥିତ ଏକ ମାର୍କେଟ୍ କମ୍ପ୍ଲେକ୍ସ, ଝାରସୁଗୁଡ଼ାରେ ଥିବା ଦୁଇଟି ହାଉସିଂ ବୋର୍ଡ ଘର, ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ଆର ଆଣ୍ଡ ବି ସବ-ଡିଭିଜନ କାର୍ଯ୍ୟାଳୟରେ ଥିବା ଅଫିସ ଚାମ୍ବର, ବଲାଙ୍ଗୀର ଟିଟଲାଗଡ଼ରେ ଥିବା ସରକାରୀ କ୍ୱାର୍ଟର ଘରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍ ।