ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଥିବା କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଛଅ ଗୋଟି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଉକ୍ତ ଜିଲ୍ଲା ଗୁଡିକ ହେଲା ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହି ଜିଲ୍ଲା ଗୁଡିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।
ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇଥିବାବେଳେ ଅନ୍ୟାନ୍ୟ ସ୍ଥାନରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରେକର୍ଡ କରାଯାଉଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକଠାରୁ କମ୍ ରହୁଛି। ଆସନ୍ତା ୧୬ ତାରିଖ ପରେ ରାଜ୍ୟରେ ଶୀତ ବଢ଼ିପାରେ। ଆସନ୍ତା ୧୬ ତାରିଖ ପରେ ରାଜ୍ୟରେ ବଢ଼ିପାରେ ଶୀତର ପ୍ରକୋପ । ବୁଧବାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନକୁ ବାଦ୍ ଦେଲେ ଅନ୍ୟାନ୍ୟ ସ୍ଥାନରେ ପାଗ ପ୍ରାୟ ଶୁଖିଲା ରହିବ ।
ଆସନ୍ତା ୧୬ତାରିଖ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହେବ ନାହିଁ । ଏହା ପରେ ରାଜ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇପାରେ ବୋଲି କହିଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି । ଆସନ୍ତା ୩ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହେବ ନାହିଁ। ମାତ୍ର ପରବର୍ତ୍ତୀ ୪ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇପାରେ।
Comments are closed.