୨ଦିନ ପରେ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ଲହରି ଲାଗି ରହିଛି । ଉପକୂଳ ଓଡ଼ିଶାରେ ତାପମାତ୍ରା ଗୋଟିଏରୁ ଦୁଇ ଡିଗ୍ରି କମିବ। ମାତ୍ର ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ତେବେ ୬ ତାରିଖ ବେଳକୁ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି।

ଏହାଦ୍ବାରା ରାଜ୍ୟରୁ ଗ୍ରୀଷ୍ମ ପ୍ରବାହ(ହିଟ୍‌ୱେଭ୍‌)ରେ ବ୍ରେକ୍‌ ଲାଗିବ। ଲଗାତାର ୧୭ ଦିନ ଧରି ଜାରି ରହିଥିବା ଗ୍ରୀଷ୍ମ ପ୍ରବାହରେ ତ୍ରାହିତ୍ରାହି ଡାକୁଥିବା ଓଡ଼ିଶାବାସୀଙ୍କୁ ଏଭଳି ଆଶ୍ବାସନା ବାଣୀ ଶୁଣାଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ପ୍ରଭାବରେ ଘଡଘଡି ସହ ପ୍ରବଳ ପବନ ବର୍ଷା ହୋଇଥିଲା | ଗଜପତି ଜିଲ୍ଲା ମୋହନାରେ ଗତକାଲି କାଳ ବୈଶାଖୀର ତାଣ୍ଡବ ଦେଖୁବାକୁ ମିଳିଥିଲା | ପ୍ରାୟ ଘଣ୍ଟାଏ କାଳ ପ୍ରବଳ ପବନ ସହ ବର୍ଷା ହୋଇଥିଲା | ପ୍ରବଳ ପବନ ଯୋଗୁଁ ମୋହନା ବଜାରର କିଛି ଉଠା ଦୋକାନୀ ନଷ୍ଟ ହୋଇଯାଇଛି । ବର୍ଷା ଯୋଗୁଁ ଲୋକେ ଗରମରୁ ସାମାନ୍ୟ ଆଶ୍ବସ୍ତି ଅନୁଭବ କରିଛନ୍ତି |

ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାସଙ୍କ କହିବାନୁଯାୟୀ ଦକ୍ଷିଣ ଦିଗରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଉପକୂଳ ଓଡ଼ିଶା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ କ୍ରମାଗତ ଭାବେ ପ୍ରବେଶ କରୁଛି। ଏହାର ପ୍ରଭାବରେ ଗତକାଲି ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇଛି। ଖୋର୍ଦ୍ଧା ଜିଲ୍ଲା ବେଗୁନିଆରେ ସର୍ବାଧିକ ୪୯ ମିମି ବର୍ଷା ରେକର୍ଡ କରାଯାଇଛି। କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି। ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ‌ତେବେ ଦୁଇ ଦିନ ପରେ ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହର ଆଦୌ ସମ୍ଭାବନା ନାହିଁ।

Leave A Reply

Your email address will not be published.