କିଛି ଦିନ ଆଶ୍ୱସ୍ତି ପରେ ରାଜ୍ୟରେ ପୁଣି ତାପମାତ୍ରା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଅସହ୍ୟ ତାତିରୁ କିଛି ଦିନ ଆଶ୍ୱସ୍ତି ପରେ ରାଜ୍ୟରେ ପୁଣି ତାପମାତ୍ରା ବଢିଛି । ଏ ନେଇ ଗୁରୁବାର ସକାଳୁ ରାଜ୍ୟର ବିଭିନ୍ନ ସହରରେ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ସାଢ଼େ ୮ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୧ ଡିଗ୍ରି ରହିଛି। ସେହିଭଳି ଆର୍ଦ୍ରତା ୮୧ ପ୍ରତିଶତ ରେକର୍ଡ କରାଯାଇଛି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟାରେ ୩୯ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଟିଟିଲାଗଡ଼ରେ ୩୮, ବଲାଙ୍ଗିର ୩୭.୪, ସୋନପୁର ଓ ଝାରସୁଗୁଡ଼ା ୩୬.୬, ହୀରାକୁଦରେ ୩୬.୪, ସମ୍ବଲପୁରରେ ୩୬.୨ ଓ ବୌଦ୍ଧରେ ୩୬ ଡିଗ୍ରୀ ତାତି ରେକର୍ଡ ହୋଇଛି । ହୀରାକୁଦରେ ୩୬.୪ , ସମ୍ବଲପୁରରେ ୩୬.୨, ରାଉରକେଲାରେ ୩୫.୪, ବରଗଡରେ ୩୫.୪, ସୁନ୍ଦରଗଡରେ ୩୪ ଡିଗ୍ରୀ ଓ ତାଳଚେରରେ ତାଳଚେରରେ ୩୪.୪ ଡିଗ୍ରୀ ତାପମାତ୍ର ରେକର୍ଡ କରାଯାଇଛି।

ଆଜି ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ସକାଳ ସାଢ଼େ ୫ଟାରେ ଭୁବନେଶ୍ୱର ତାପମାତ୍ରା ୩୧ ଡିଗ୍ରୀ ଥିବା ବେଳେ ଆର୍ଦ୍ରତା ୮୭% ଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଅପରପକ୍ଷରେ ଭୁବନେଶ୍ବରରେ ୨ ଦିନ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଝାରସୁଗୁଡା, ସମ୍ବଲପୁର ଓ ସୋନପୁର ପାଇଁ ଚେତାବନୀ ଜାରି ହୋଇଛି। ବୌଦ୍ଧ, କନ୍ଧମାଳ ଓ ବଲାଙ୍ଗୀରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.