କାଳ ବୈଶାଖୀ ସାମାନ୍ୟ ଆଶ୍ୱସ୍ତି ପରେ ପୁଣି ଗ୍ରୀଷ୍ମ ପ୍ରବାହ ଜାରି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ଲହରୀ ଭିତରେ ଗତକାଲି ହୋଇଥିବା କାଳ ବୈଶାଖୀ ସାମାନ୍ୟ ଆଶ୍ୱସ୍ତି ଆଣି ଦେଇଛି। କିନ୍ତୁ ଗୁରୁବାର ମଧ୍ୟ ଖରା ପ୍ରକୋପ ଜାରି ରହିବ। ହିଟୱେଭ୍ ନେଇ ଗୁରୁବାର ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗର କେନ୍ଦ୍ରର ସୂଚନାଅନୁସାରେ ନୟାଗଡ଼, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ଝାରସୁଗୁଡ଼ାରେ ଟାଣ ଖରା ହେବ। ଏଥିପାଇଁ ଏହି ଜିଲ୍ଲାକୁଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ମଧ୍ୟ ଜାରି କରାଯାଇଛି।ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ପାଣିପାଗର କେନ୍ଦ୍ର ପୂର୍ବାନୁମାନ ଅନୁସାରେ ନୟାଗଡ଼, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ଝାରସୁଗୁଡ଼ାରେ ଟାଣ ଖରା ହେବ। ଏଥିପାଇଁ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୧ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଶୁକ୍ରବାର ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମେ’ ୫ ତାରିଖ ପରେ ରାଜ୍ୟରେ ଦିନ ତାପମାତ୍ରା ୨ରୁ ୫ଡିଗ୍ରୀ ସେଲସିୟସ୍ ଖସିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Leave A Reply

Your email address will not be published.