ମୁଖ୍ୟମନ୍ତ୍ରୀ ହେବା ପରେ ଆଜି ପ୍ରଥମଥର ଜନ୍ମମାଟିକୁ ଯିବେ ମୋହନ ଚରଣ ମାଝୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ନିଜ ଗାଁ କେନ୍ଦୁଝର ରାଇକଳାକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସକାଳେ ପ୍ରଥମେ ରାଇକଳାରେ ଥିବା ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ। ସେଠାରୁ ସେ ଝୁମ୍ପୁରା ବ୍ଲକ ଯିବେ। ବ୍ଲକ ଛକ ଠାରୁ ଦୁର୍ଗା ପଡିଆ ପର୍ଯ୍ୟନ୍ତ ରୋଡ୍ ଶୋ କରିବାର କାର୍ଯ୍ୟକ୍ରମ ରହିଛି।

ଗତକାଲି ନିଜ ଜନ୍ମମାଟିରେ ପୂର୍ବ ବିଜେଡି ସରକାର ଉପରେ ବର୍ଷିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ କହିଥିଲେ, କେନ୍ଦୁଝରକୁ ଲୁଟ୍ କରାଯାଉଥିଲା। କେନ୍ଦୁଝର ଖଣି ଲୁଟରେ ସେତେବେଳର ରାଜ୍ୟ ସରକାର ସମ୍ପୃକ୍ତ ଅଛନ୍ତି।୨୦୧୯ରେ ବିଧାନସଭାରେ କେନ୍ଦୁଝରର ହକ୍ ପାଇଁ ଲଢ଼େଇ ହୋଇଥିଲା କିଛି ଅଣ ଓଡ଼ିଆ କେନ୍ଦୁଝରର ଗରିବ, ଆଦିବାସୀଙ୍କୁ ଲୁଟିଛନ୍ତି। ଯେଉଁମାନେ ଲୁଟ୍ କରିଛନ୍ତି ସେମାନେ ମୋ ନଜରରେ, କେହି ବର୍ତ୍ତିବେନି।

ସମସ୍ତଙ୍କୁ ଜେଲ୍ ପଠାଇବୁ, କାହାକୁ ଛାଡ଼ିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ସେପଟେ ମୁଖ୍ୟମନ୍ତ୍ରୀ ହେବା ପରେ ଆଜି ପ୍ରଥମଥର ନିଜ ଗାଁକୁ ଯାଉଥିବାରୁ ପରିବାର ଏବଂ ଗ୍ରାମବାସୀମାନେ ଖୁବ୍ ଉତ୍ସାହିତ ରହିଛନ୍ତି। ଅନ୍ୟପଟେ ରବିବାର କେନ୍ଦୁଝର ମାଆ ତାରିଣୀଙ୍କ ପୀଠକୁ ଯାଇ ୫୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଗାମୀ ଦିନରେ ଘଟଗାଁ ପୀଠକୁ ଜାତୀୟ ପର୍ଯ୍ୟଟନସ୍ଥଳର ମାନ୍ୟତା ପାଇଁ ରାଜ୍ୟ ସରକାର ଦାବି କରିବେ ବୋଲି ମଧ୍ୟ କହିଛନ୍ତି ।

Leave A Reply

Your email address will not be published.