ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ୨୦ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୧୮ ତାରିଖ ବେଳକୁ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ୨୦ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ସେପେଟ ରାଜ୍ୟରୁ ମୌସୁମୀ ଫେରିଯିବ ।
ଏଥିପାଇଁ ପାଗ ଅନୁକୂଳ ରହିଛି । ଦୁଇ ଦିନ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏପଟେ ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ବାତ୍ୟା ନେଇ ବିଭିନ୍ନ ବିଦେଶୀ ସଂସ୍ଥା ପୂର୍ବାନୁମାନ କରୁଛନ୍ତି । କିନ୍ତୁ ଭାରତୀୟ ପାଣିପାଗ ବିଭାଗ ବାତ୍ୟା ପୂର୍ବାନୁମାନ କରିନି । ପୂର୍ବରୁ ଘୂର୍ଣ୍ଣିବଳୟ ନେଇ ଆକଳନ କରିଥିଲା ଆଇଏମ୍ଡି । ଆଗକୁ ଲଘୁଚାପ କି ରୂପ ନେବ ତା ଉପରେ ନଜର ରଖିଛି ଭାରତୀୟ ପାଣିପାଗ ବିଭାଗ ।