ପୁଣି ଏୟାର ଇଣ୍ଡିଆ ବିମାନରେ ତ୍ରୁଟି

0

ଓଡ଼ିଆ ନ୍ୟୁଜ୍: ପୁଣି ଏୟାର ଇଣ୍ଡିଆ ବିମାନରେ ତ୍ରୁଟି । ମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି । ଯାନ୍ତ୍ରିକ ତ୍ରୁଟି ଯୋଗୁଁ କୋଲକାତାରେ ବିମାନର ଅବତରଣ । ସାନ ଫ୍ରାନସିସ୍କୋରୁ ମୁମ୍ବାଇ ଅଭିମୁଖେ ଆସୁଥିଲା ବିମାନ । ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ କୋଲକାତାରେ ଓହ୍ଲାଇଲେ । ବିମାନର ଇଞ୍ଜିନର ଟେକ୍ନିକାଲ ଅସୁବିଧା ଯୋଗୁ ବିମାନକୁ ରହିବାକୁ ପଡିଛି । ଯାତ୍ରୀମାନଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଛି ।

ଏୟାରଇଣ୍ଡିଆର ବିମାନ ଏଆଇ୧୮୦ ଗତକାଲି ରାତି ୧୨ ଟା ୪୫ ମିନିଟ ସମୟରେ କୋଲକାତାରେ ଅବତରଣ କରିଥିଲା । ପରେ ଇଞ୍ଜିନରେ ତ୍ରୁଟି ଯୋଗୁ ବିମାନ ସେଠାରୁ ମୁମ୍ବାଇକୁ ଉଡାଣ ଭରିବାରେ ବିଳମ୍ବ ହୋଇଥିଲା । ପରେ ଭୋର ୫ଟା ୨୦ ମିନିଟ ସମୟରେ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଯିବାକୁ କୁହାଯାଇଥିଲା । ବିମାନର ସୁରକ୍ଷା ଦୃଷ୍ଟିରୁ ଯାତ୍ରୀଙ୍କୁ ଓହ୍ଲାଇଯିବାକୁ ପାଇଲଟ ଅନୁରୋଧ କରିଥିଲେ । ବାରମ୍ବାର ଏୟାରଇଣ୍ଡିଆ ବିମାନରେ ତ୍ରୁଟି ଯୋଗୁ ଯାତ୍ରୀଙ୍କୁ ହନ୍ତସସ୍ତ ହେବାକୁ ପଡୁଛି ।

Leave A Reply

Your email address will not be published.