ଓଡ଼ିଆ ନ୍ୟୁଜ(ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। ଭଦ୍ରକ, ବାଲେଶ୍ୱର. ଯାଜପୁର, କେନ୍ଦ୍ରାପଡା, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଗୁରୁବାର ପଶ୍ଚିମ ଓଡିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି କାଲି ପାଇଁ ୯ ଜିଲ୍ଲା ସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଣୁ ଏହିସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୨୧ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହାବକୁ ଥିବାରୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ ।