ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଥାନାରେ ମାଡ ଅଭିଯୋଗ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଭୁବନେଶ୍ୱରରେ ଆର୍ମି କ୍ୟାପଟେନ ଗୁରୁବନ୍ତ ସିଂ, ବାନ୍ଧବୀଙ୍କୁ ଥାନାରେ ମାଡ ଓ ଗିରଫ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୁଲିସ ଡିଜି।  ଏହି ଘଟଣା ୩ ଦିନ ତଳେ ଘଟିଥିବା ବେଳେ ଏବେ ଗଣମାଧ୍ୟମର ଶିରୋନାମା ପାଲଟଛି। ସେନା ପକ୍ଷରୁ ଘଟଣା ସଂପର୍କରେ ଟ୍ୱିଟ୍‌ କରାଯିବା ପରେ ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ପୁଲିସ ଡିଜି ୱାଇ.ବି. ଖୁରାନିଆ।

ଏଥିସହ  ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମେଜର ଗୁରୁବଂଶ ସିଂହଙ୍କ ବାନ୍ଧବୀଙ୍କ ନାଁରେ ହୋଇଥିବା ମାମଲା ପ୍ରତ୍ୟାହାର ହେବ ବୋଲି ଡିଜିପି କହିଛନ୍ତି। ସେନା ପକ୍ଷରୁ ହୋଇଥିବା ଅଭିଯୋଗ ଅନୁସାରେ, ଗତ ଶନିବାର ରାତିରେ ମେଜର ଗୁରବଂଶ ସିଂହ ଏବଂ ତାଙ୍କ ବାନ୍ଧବୀ କାରରେ ଯାଉଥିବା ବେଳେ କିଛି ଦୁର୍ବୃତ୍ତ ସେମାନଙ୍କ ଗାଡ଼ିକୁ ଅଟକାଇ ଦୁର୍ବ୍ୟବାହର କରିଥିଲେ।

ଏହାକୁ ନେଇ ସଂପୃକ୍ତ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀ ଅଭିଯୋଗ କରିବାକୁ ଭରତପୁର ଥାନାକୁ ଯାଇଥିଲେ। ତେବେ ସେଠାରେ ପୁଲିସ ଅଭିଯୋଗ ରଖିବା ବଦଳରେ ସେନା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିଲା। ଏଭଳିକି ସେନା ଅଧିକାରୀଙ୍କୁ ଲକ୍ଅପରେ ରାତିତମାମ ରଖିଥିବା ଅଭିଯୋଗରେ ଉଲ୍ଲେଖ ରହିଛି।

Leave A Reply

Your email address will not be published.