୫ରେ ଓଡିଶା ଆସିବେ ଅମିତ ଶାହ

0

ଓଡ଼ିଆ ନ୍ୟୁଜ୍: ଓଡ଼ିଶା ଆସିବେ ଅମିତ ଶାହ । ମାର୍ଚ୍ଚ ୫ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୬ ତାରିଖରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟ ସୂଚୀ ରହିଛି । ତେବେ ଗୃହ ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ ।

ସୂଚନା ଅନୁଯାୟୀ କେନ୍ଦ୍ରମନ୍ତ୍ରୀ ଅମିତ ଶାହ ମାର୍ଚ୍ଚ ୫ ତାରିଖ ସଂଧ୍ୟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଁଚିବେ । ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳି ସ୍ଥିତ ସିଆଇଏସଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ଣରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର ( ସିଏଫଏସଏଲ), ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସୀ ମାଧ୍ୟମରେ ଏନଏଫଏସୟୁ ଟ୍ରାନଜିଟ୍ କ୍ୟାମ୍ପସ , ଭୁବନେଶ୍ୱରର ଶୁଭ ଉଦ୍ଘାଟନ କରିବେ । ସେଦିନ ଅପରାହ୍ଣରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଭୁବନେଶ୍ୱର ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ବିଭିନ୍ନ ବିଭାଗ ପ୍ରକଳ୍ପ ଗୁଡିକର ଶିଳାନ୍ୟାସ ଓ ଉଦଘାଟନ କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.